ଶତ ପ୍ରତିଶତ କ୍ଷମତା ସହ ଅଫିସ ଚଳାଇବାକୁ ଅନୁମତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କରୋନା କଟକଣାକୁ ସାମାନ୍ୟ କୋହଳ କରାଯାଇଥିବା ବେଳେ ଶତ ପ୍ରତିଶତ କ୍ଷମତା ସହିତ ଅଫିସ ଚଳାଇବା ନିମନ୍ତେ ଅନୁମତି ମିଳିଛି । ରବିବାର ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ରାଜଧାନୀର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ପାଇଁ ଗାଇଡଲାଇନ୍ ଜାରି କରାଯାଇଛି । ଏହି ଗାଇଡଲାଇନ୍ ଉଲ୍ଲଂଘନ କଲେ କାର୍ଯ୍ୟାଳୟକୁ ବନ୍ଦ କରାଯିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି। ଶତ ପ୍ରତିଶତ କ୍ଷମତାରେ କାର୍ଯ୍ୟ କରୁଥିଲେ କାର୍ଯ୍ୟାଳୟର ସମସ୍ତ କର୍ମୀ ସାମାଜିକ ଦୂରତ୍ୱ ନିୟମର ପାଳନ କରିବେ ।

ମାସ୍କ ପିନ୍ଧିବା ସହିତ ହାତ ସାନିଟାଇଜ କରିବା ମଧ୍ୟ ବାଧ୍ୟତାମୂଳକ କରାଯାଇଛି । ଏହାର ଉଲ୍ଲଂଘନ ହେଲେ ବିଏମସି ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଏମସି କମିଶନର ସଞ୍ଜୟ ସିଂ ପ୍ରକାଶ କରିଛନ୍ତି । ସହର ମଧ୍ୟରେ ବର୍ତ୍ତମାନ ସୁଦ୍ଧା ନୂଆ କରେନା ମାମଲା ଦୃଷ୍ଟିକୁ ଆସୁଥିବାରୁ ସମସ୍ତେ ସତର୍କତା ଅବଲମ୍ବନ କରିବା ଜରୁରୀ ବୋଲି କମିଶନର କହିଛନ୍ତି । ସୋମବାରଠାରୁ ବିଏମସି ଏନଫୋର୍ସ ଟିମ ଏବଂ ପୋଲିସ ମିଳିତ ଭାବରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ।

ସରକାରୀ ଅଥବା ବେସରକାରୀ ଅଫିସ ଯେଉଁଠାରେ ନିୟମ ଉଲ୍ଲଂଘନ ହେଉଥିବା ତାହାକୁ ବନ୍ଦ କରାଯିବ ବୋଲି କହିଛନ୍ତି କମିଶନର । କୌଣସି ଅଫିସରେ ଏପରି ମାମଲା ସାମ୍ନାକୁ ଆସିଲେ ଅଫିସକୁ ଅନିର୍ଦ୍ଦିଷ୍ଟ ସମୟ ପାଇଁ ବନ୍ଦ ରଖାଯିବ ବୋଲି ଜଣାପଡିଛି। ସମସ୍ତ ଅଫିସ ମୁଖ୍ୟ ମାନେ ସଚେତନତା ସୃଷ୍ଟି କରିବା ସହିତ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ଆହ୍ୱାନ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ