Masthead

ଗୃହରେ କଥା କୁହାଇ ଦେଲେନି ବିରୋଧୀ, ରାଗିଲେ ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଆଜିଠାରୁ ଆରମ୍ଭ ହୋଇଛି ସଂସଦର ମୌସୁମୀ ଅଧିବେଶନ । ଆଉ ଅନୁମାନ ଯାହା ଥିଲା ତାହା ହିଁ ହୋଇଛି ଅଧିବେଶନର ପ୍ରଥମ ଦିନରେ ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଗୃହ ଭିତରେ ପ୍ରବଳ ନାରାବାଜି କରିଥିଲେ ବିରୋଧୀ । ଏହି ନାରାବାଜି ଏତେ ଅଦିକ ଥିଲା ଯେ, ପ୍ରଧାନମନ୍ତ୍ରୀଙ୍କୁ କଥା କୁହାଇ ଦେଇନଥିଲେ । ନନିର୍ବାଚିତ ସଦସ୍ୟମାନେ ପ୍ରଥମେ ଶପଥ ନେଇଥିଲେ ।

ଆଉ ଏହାପରେ ମନ୍ତ୍ରୀ ମଣ୍ଡଳରେ ସାମିଲ ନୂଆ ସଦସ୍ୟଙ୍କୁ ଗୃହର ଅନ୍ୟ ସଦସ୍ୟଙ୍କ ସହ ପରିଚିତ କରାଉଥିଲେ ପ୍ରଧାନମନ୍ତ୍ରୀ । ହେଲେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ତାହା ସମ୍ଭବ ହୋଇନାହିଁ । ଯେଉଁଥିରେ ରାଗିଯାଇ ମୋଦି କହିଛନ୍ତି, ତାଙ୍କ ନୂଆ ଟିମରେ ସାମିଲ ଦଳିତ, ମହିଳା ଓ ଆଦିବାସୀ ମନ୍ତ୍ରୀମାନଙ୍କୁ ସହ୍ୟ କରିପାରୁନାହାନ୍ତି ବିରୋଧୀ । ଏଥର ମୋଦୀଙ୍କ ନୂଆ ଟିମରେ ଅଧିକ ସଂଖ୍ୟକ ମହିଳା, ଦଳିତ ଓ ଆଦିବାସୀଙ୍କୁ ସାମିଲ କରାଯାଇଥିବା ମୋଦୀ କହିଛନ୍ତି ।

ଏଥର ସରକାରଙ୍କୁ ଘେରିବା ପାଇଁ ବିରୋଧୀଙ୍କ ପାଖରେ ରହିଛି ଏକାଧିକ ପ୍ରସଙ୍ଗ । ପେଗାସସ ଗୁଇନ୍ଦାଗିରି ଠାରୁ ଆରମ୍ଭ କରି କରୋନା ପରିଚାଳନା, ଦରଦାମ୍ ବୃଦ୍ଧି ଓ ଚାଷୀ ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିବା ପାଇଁ ରଣନୀତି ବନାଇଛନ୍ତି ବିରୋଧୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’