Masthead

୨ରୁ ୩ଦିନ ରାଜ୍ୟରେ ବଢ଼ିବ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨ରୁ ୩ଦିନ ଧରି ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ୨୪ ଘଣ୍ଟା ହେଲା ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ମୌସୁମୀ ସ୍ବାଭାବିକ ସ୍ଥିତିକୁ ଫେରିଆସିଛି। ଏବେ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଛି । ୨ରୁ ୩ ଦିନ ଭିତରେ ଏକ ଲଘୁଚାପବଳୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ମଙ୍ଗଳବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଯାଇଛି । ଆଜି ରାଜ୍ୟର ପ୍ରାୟ ସ୍ଥାନରେ ହାଲକାରୁ ମଧ୍ୟମଧରଣର ବର୍ଷା ହେବ। କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ