Masthead

ହେ ଭଗବାନ ମୋର ଡିଭୋର୍ସ କରେଇ ଦିଅ…

ଗଜପତି (ବଡ଼ ଖବର ବ୍ୟୁରୋ): ମର୍ଡର ନୂଆ ମିଷ୍ଟ୍ରୀ । ଆସିଲା ଆଉ ଏକ ଚିଠି । ବିଦ୍ୟାଭାରତୀଙ୍କ ଦ୍ୱିତୀୟ ହାତ ଲେଖା ଚିଠି ସାମ୍ନାକୁ ଆସିଛି । ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାର ଜୋରଦାର ତଦନ୍ତ ଚାଲିଥିବା ବେଳେ ସାମ୍ନାକୁ ଆସୁଛି ଭଳିକି ଭଳି ତଥ୍ୟ । ଏଥିରେ ନିଜ ସମ୍ପର୍କକୁ ନେଇ ଖୁବ କ୍ରୋଧ ପ୍ରକାଶ କରିଛନ୍ତି ବିଦ୍ୟା । ଶତ୍ରୁକୁ ବି ଏମିତି ଲୋକ ନମିଳନ୍ତୁ ବୋଲି ଭଗବାନଙ୍କୁ ଅନୁରୋଧ କରିଛନ୍ତି । ସେ ଆହୁରି ମଧ୍ୟ ଲେଖିଛନ୍ତି ଯେ ହେ ଭଗବାନ କିଛି ବି କରିକି ଡିଭୋର୍ସ କରେଇ ଦିଅନ୍ତୁ, ମୁଁ ବଞ୍ଚିଥିଲା ଯାଏଁ ଋଣୀ ରହିଯିବି । ଏପରିକି ପୁରୀ ମନ୍ଦିରରେ ଦାସୀ ହୋଇ ସାରା ଜୀବନ ସେବା କରିବା କଥା ମଧ୍ୟ ଲେଖିଛନ୍ତି ।

କିନ୍ତୁ କିଛି ବି କରିକି ଏହି ଡିଭୋର୍ସ କରେଇ ଦେବାକୁ ସେ ଚିଠିରେ ଲେଖିଛନ୍ତି । ବୁଧବାର ବିଦ୍ୟାଙ୍କ ପ୍ରଥମ ଚିଠି ସାମ୍ନାକୁ ଆସିଥିଲା । ଏଥିରେ ବିଦ୍ୟାଭାରତୀ ଲେଖିଛନ୍ତି, ସୌମ୍ୟଙ୍କ ସହ ବାହାଘର ତାଙ୍କର ସବୁଠାରୁ ଭୁଲ ନିଷ୍ପତ୍ତି ଥିଲା । ଗୋଟିଏ ଭୁଲ ନିଷ୍ପତ୍ତି କେମିତି ଜଣକର ଜୀବନକୁ ନଷ୍ଟ କରିଦିଏ, ତାହା ତାଙ୍କ ଜୀବନରେ ଘଟିଛି । ଏଥିରେ ସେ ଆହୁରି ଲେଖିଛନ୍ତି, ତାଙ୍କୁ କ୍ଷମା କରିଦିଅ । ସେ କେବେ କାହାର କ୍ଷତି କରିନାହାନ୍ତି । କାହାକୁ କଷ୍ଟ ଦେଇନାହାନ୍ତି ।

କେମିତି ଆଉ ୩ ଦିନ କଟିବ ଓ ୧୨ରୁ ୧୫ ଶାନ୍ତିରେ ରହିବେ ସେ ନେଇ ବିଦ୍ୟାଭାରତୀ ଚିଠିରେ ଲେଖିଛନ୍ତି । ମୁଁ ପୃଥିବୀରେ ସବୁଠୁ ଅଧିକ ତୁମକୁ ଘୃଣା କରେ । ସମସ୍ତ ଭୁଲ ପାଇଁ ଭଗବାନ କ୍ଷମା କର ବୋଲି ଚିଠିରେ କହିଛନ୍ତି ବିଦ୍ୟାଭାରତୀ । ଦୟାକରି ମୋ ଜୀବନ ନଷ୍ଟ କରିନାହିଁ । ତେବେ ପ୍ରଥମ ଚିଠିରେ ବିଦ୍ୟା କ୍ଷୋଭ ପ୍ରକାଶ କରୁଥିବା ବେଳେ ଦ୍ବିତୀୟ ଚିଠିରେ କ୍ରୋଧ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼