Masthead

ଆଜି ରସଗୋଲା ଦିବସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ରସଗୋଲା ଦିବସ । ପଶ୍ଚିମବଙ୍ଗ ରସଗୋଲା ଜିଆଇ ମାନ୍ୟତା ପାଇବା ପରେ ଚେଇଁ ଉଠିଥିଲା ଆମ ଓଡ଼ିଆ ପ୍ରାଣ। ରସଗୋଲା ଯେ ଓଡ଼ିଶାର, ଏଥିପାଇଁ ପ୍ରାଣମୂର୍ଚ୍ଛା ଉଦ୍ୟମ ହେଲା। ୨୦୧୮ ଫେବ୍ରୁଆରି ୨୩ ତାରିଖରେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ ଏବଂ ଉତ୍କଳ ମିଷ୍ଟାନ୍ନ ବ୍ୟବସାୟୀ ସମିତି ପକ୍ଷରୁ ‘ଓଡ଼ିଶା ରସଗୋଲା’ର ଜିଆଇ ମାନ୍ୟତା ଲାଗି ଆବେଦନ କରାଯାଇଥିଲା। ଏହାପରେ ଜିଓଗ୍ରାଫିକାଲ୍‌ ଇଣ୍ଡିକେସନ୍‌ସ ରେଜିଷ୍ଟ୍ରି ପକ୍ଷରୁ ୧୩ଟି ପ୍ରସଙ୍ଗ ଉପରେ ସ୍ପଷ୍ଟୀକରଣ ମଗାଯାଇଥିଲା। ଓଡ଼ିଶା ପକ୍ଷରୁ ତଥ୍ୟ ପ୍ରମାଣ ସହ ରସଗୋଲାର ଉତ୍ପତ୍ତି ଓଡ଼ିଶାରୁ ବୋଲି ସ୍ପଷ୍ଟ କରାଯାଇଥିଲା। ଶେଷରେ ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା ଏବଂ ୨୦୧୯ ଜୁଲାଇ ୨୯ ତାରିଖରେ ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା ମିଳିଲା।

ରସଗୋଲା ଜିଆଇ ମାନ୍ୟତା ପାଇବାକର ୨ ବର୍ଷ ବିତିଗଲାଣି। ସାଧାରଣତଃ ଜିଆଇ ମାନ୍ୟତା ପାଇବା ପରେ ଏହାର ବୈଧତା ୧୦ ବର୍ଷ ରହେ। ଅର୍ଥାତ ୨୦୨୯ ଯାଏ ଓଡ଼ିଶା ରସଗୋଲାର ଜିଆଇ ମାନ୍ୟତା ବୈଧ ରହିବ। ସମିତିର ସଭାପତି ଅକ୍ଷୟ କୁମାର ଲେଙ୍କା କହିଛନ୍ତି ଯେ ପାହାଳରେ ରସଗୋଲା କ୍ଲଷ୍ଟର ପଇଁ ଇଡ୍‌କୋ ପକ୍ଷରୁ ଜାଗା ଚିହ୍ନଟ କରାଯାଇଥିବା ବେଳେ ନାମ ପଞ୍ଜୀକରଣ ବି ହୋଇସାରିଛି। ଏହାର ଅଧିକାର ହସ୍ତାନ୍ତର ପାଇଁ ସମିତି ପକ୍ଷରୁ ସୋମବାରଠାରୁ ପ୍ରକ୍ରିୟା ଆରମ୍ଭ ହେବ। ୨୦୨୦ ଡିସେମ୍ବର ୧୨ ତାରିଖରେ ‘ରସଗୋଲା କ୍ଲଷ୍ଟର’ ଯୋ‌ଜନା କାର୍ଯ୍ୟକାରୀ ପାଇଁ ରାଜ୍ୟ ସରକାର ପାହାଳରେ କମନ୍‌ ଫେସିଲିଟି ସେଣ୍ଟର (ସିଏଫ୍‌ସି) ନିମନ୍ତେ ଦେଢ଼ ଏକର ଜାଗା ଯୋଗାଇ ଦେଇଥିଲେ।

ମିଠା କାରିଗରମାନଙ୍କୁ ସଂଗଠିତ କରି ସେମାନଙ୍କ ବିକାଶ ଦିଗରେ ଏହି କ୍ଲଷ୍ଟର ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି କହିଥିଲେ। ପାହାଳର ୮୪ ଜଣ ମିଠା କାରିଗର ଏହି କ୍ଲଷ୍ଟର ଜରିଆରେ ଉପକୃତ ହେବେ। ଅତ୍ୟାଧୁନିକ ଉପାୟରେ ମିଠା ପ୍ରସ୍ତୁତି ସହ ରାଜ୍ୟ ଓ ଦେଶ ବାହାରକୁ ମିଠା ପଠାଇ ଅଧିକ ରୋଜଗାରକ୍ଷମ ହେବେ। ଓଡ଼ିଶାର ରସଗୋଲାକୁ ଜିଆଇ ମାନ୍ୟତା ମିଳିଥିବା ବେଳେ ପାହାଳ ରସଗୋଲାକୁ ଦେଶ ଓ ରାଜ୍ୟ ବାହାରେ ବ୍ରାଣ୍ଡିଂ କରିବାରେ ଏହା ସହାୟକ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼