Masthead

ଚାକିରୀ ଛାଡି ସ୍ତ୍ରୀଙ୍କ ସେବା କରିବି: ସୌମ୍ୟରଞ୍ଜନ

ଗଜପତି(ବଡ଼ ଖବର ବ୍ୟୁରୋ): ଚିଠି ପରେ ଚିଠି । ସୌମ୍ୟ ମର୍ଡର ମିଷ୍ଟ୍ରୀରେ ଆଉ ଏକ ଟ୍ୱିଷ୍ଟ । ସାମ୍ନାକୁ ଆସିଲା ସୌମ୍ୟଙ୍କ ହାତଲେଖା ଚିଠି । ବିଦ୍ୟାଭାରତୀଙ୍କ ଚିଠି ପରେ ଏବେ ସାମ୍ନାକୁ ଆସିଛି ସୌମ୍ୟଙ୍କ ଚିଠି । ଫେବୃଆରୀ ୨୨ ଓ ୨୩ ତାରିଖର ଦୁଇଟି ହାତଲେଖା ଚିଠି ସାମ୍ନାକୁ ଆସିଛି । ଉଭୟ ଚିଠି ପତ୍ନୀ ବିଦ୍ୟାଭାରତୀଙ୍କ ଉଦ୍ଦେଶ୍ୟରେ ଲେଖାଯାଇଥିବା ସ୍ପଷ୍ଟ ହୋଇଛି । ଏଥିରେ ଉଭୟଙ୍କ ଭିତରେ ଥିବା ମତାନ୍ତର ଓ ମନୋମାଳିନ୍ୟ ସ୍ପଷ୍ଟ ବାରି ହୋଇପଡୁଛି ।

ଚିଠିରେ ସୌମ୍ୟ ଲେଖିଛନ୍ତି, ଜଣେ ପତ୍ନୀ ଓ ଭଲ ବନ୍ଧୁ ହିସାବରେ ସେ ତାଙ୍କଠାରୁ ବ୍ୟବହାର ଚାହୁଁଛନ୍ତି । ପତ୍ନୀଙ୍କ ଶିକ୍ଷାଗତ ଯୋଗ୍ୟତା ତାଙ୍କ ପାଇଁ ଗୁରୁତ୍ୱ ରଖେ ନାହିଁ । ଏହାପରେ ଯଦି ବି କିଛି ଘଟେ ସେ ଦିଗରେ ତାଙ୍କର କିଛି ଭୂମିକା ରହିବ ନାହିଁ । ଘରୋଇ ହିଂସା ବିରୋଧରେ ପତ୍ନୀ ଚାହିଁଲେ ଆଇନର ଆଶ୍ରୟ ନେଇପାରିବେ । ଆବଶ୍ୟକ ପଡିଲେ ନିଜ ଚାକିରୀରୁ ଇସ୍ତଫା ଦେଇ ସ୍ତ୍ରୀଙ୍କ ସେବା କରିବା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ଲେଖିଛନ୍ତି ସୌମ୍ୟରଞ୍ଜନ ମହାପାତ୍ର । ପତ୍ନୀ ଯାହା ଚାହୁଁଛନ୍ତି ସେ ସବୁ ପୂରଣ କରିବା ପାଇଁ ପ୍ରସ୍ତୁତ ଥିବା କହିଛନ୍ତି ସୌମ୍ୟରଞ୍ଜନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି