Masthead

ଆତ୍ମସନ୍ତୋଷ ନୁହେଁ, ସତର୍କତା ଜରୁରୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କରି କହିଥିଲେ, କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି। ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାକୁ ଦୃଷ୍ଟିରେ ରଖି କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷଜ୍ଞମାନଙ୍କର ମତକୁ ଅନୁସରଣ କରି କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହରୀ ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ ।

ସ୍ବାସ୍ଥ୍ୟସେବା ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି । ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ବାସ୍ଥ୍ୟ ସେବା ପାଇପାରିବେ, ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁ ଦାୟିତ୍ବ ରହିଛି । ପ୍ରତି ଜୀବନ ମୂଲ୍ୟବାନ। ଏହା ହେଉଛି ରାଜ୍ୟ ସରକାରଙ୍କର ସ୍ବାସ୍ଥ୍ୟ ନୀତିର ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ତେଣୁ ଜିଲ୍ଲା ହସ୍ପିଟାଲ ଠାରୁ ଆରମ୍ଭ କରି ସିଏଚସି ଲେବଲ ପର୍ୟ୍ୟନ୍ତ ଯେଭଳି ସ୍ବାସ୍ଥ୍ୟସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଥାନା ଆଇଆଇସିଙ୍କ ଠାରୁ ଆରମ୍ଭ କରି ବିଡିଓ, ଏସ୍‌.ଡି.ପି.ଓ, ସବ୍‌କଲେକ୍ଟର, ଏସ୍‌.ପି ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ବର ଅଂଶଭାବରେ ଜ୍ଞାନ କରି ଯତ୍ନବାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଶିକ୍ଷକ ତଥା ସ୍କୁଲର କର୍ମଚାରୀମାନଙ୍କ ଟିକାକରଣ ଉପରେ ଗୁରୁତ୍ବାରୋପ କରିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ବୈଠକରେ ଅବଗତ କରିଥିଲେ । ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା କାର୍ୟ୍ୟକାରୀତା ସଂପର୍କରେ ଉପସ୍ଥାପନା ରଖିଥିଲେ । ବୈଠକରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ୟ୍ୟକାରୀତା ସଂପର୍କରେ ମଧ୍ୟ ସମୀକ୍ଷା କରାଯାଇଥିଲା । ଏହି ବୈଠକରେ ପୋଲିସ ମହାନିର୍ଦ୍ଦେଶକ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ଜିଲ୍ଲାପାଳ, ଏସ୍‌.ପି ପ୍ରମୁଖ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି