ପିଚୁ ରାସ୍ତାରେ କାତ ମାରିଲେ ସୁର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରେ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି । ପ୍ରତିବାଦ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ । ଡଙ୍ଗା ରଖି ରାଜଧାନୀର ରାଜରାସ୍ତାରେ ପ୍ରତିବାଦ କରିଛନ୍ତି ବିଧାୟକ । ଅସରାଏ ବର୍ଷାରେ ରାଜଧାନୀ ଭୁବନେଶ୍ୱର ଜଳବନ୍ଦୀ ହେଉଛି । ତେଣୁ ପ୍ରଶାସନର ଦୃଷ୍ଟି ଆକର୍ଷଣ ପାଇଁ ସେ ରାସ୍ତାରେ ମୋଟର ଡଙ୍ଗା ଚଳାଇ ପ୍ରତିବାଦ କରିଛନ୍ତି ।

ବିଳମ୍ବିତ ରାତିରୁ ରାଜ୍ୟ ତମାମ ବର୍ଷା ଜାରି ରହିଥିବା ବେଳେ ରାଜଧାନୀରେ ମଧ୍ୟ ବର୍ଷା ହୋଇଥିଲା । ଏହାର ପ୍ରଭାବରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଅବସ୍ଥା ସୃଷ୍ଟି ହେଉଛି । ବିଏମସି ଏନେଇ କୌଣସି ପଦକ୍ଷେପ ନେଉନଥିବାରୁ ବାରମ୍ବାର ଏଭଳି ଅସୁବିଧା ସୃଷ୍ଟି ହେଉଛି । ତେଣୁ ଏହାର ପ୍ରତିବାଦ କରି ସୁରେଶ ରାଉତରାୟଙ୍କ ସମେତ ବହୁ କଂଗ୍ରେସ ନେତା ଓ କର୍ମୀ ଏଭଳି ଧାରଣା ଦେଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ