Masthead

ଚାନୁ ଜିତିଲେ ଚାନ୍ଦି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦେଶ ପାଇଁ ଏହି ଗୌରବ ଆଣିଛନ୍ତି ମୀରାବାଈ ଚାନୁ । ଚଳିତ ଟୋକିଓ ଅଲିମ୍ପିକ୍ସରେ ଭାରତକୁ ମିଳିଛି ପ୍ରଥମ ପଦକ । ଅଲିମ୍ପିକ୍ସରେ ଭାରୋତ୍ତୋଳନକାରୀ ଭାବେ ରୌପ୍ୟ ପଦକ ଜିତିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ। ଏହା ସହିତ ମୀରାବାଈ ଚାନୁ ଇତିହାସ ରଚିଛନ୍ତି। ସେ ଭାରୋତ୍ତୋଳନରେ ୪୯ କେଜି ବର୍ଗରେ ଜିତିଛନ୍ତି ରୌପ୍ୟ ପଦକ। ସେ ସ୍ନାଚ୍‌ରେ ୮୭ ଓ କ୍ଳିନ୍ ଆଣ୍ଡ ଜର୍କରେ ୧୧୫ କେଜି ଉଠାଇଥିଲେ। ସେହିପରି କର୍ଣ୍ଣମ ମାଲେଶ୍ୱରୀଙ୍କ ପରେ ସେ ହେଉଛନ୍ତି ମୀରାବାଈ ଚାନୁ ହେଉଛନ୍ତି ଦ୍ୱିତୀୟ ଭାରୋତ୍ତୋଳନକାରୀ ଯିଏ ଦେଶ ପାଇଁ ଅଲିମ୍ପିକ୍ସରେ ମେଡାଲ ଜିତିଛନ୍ତି।

ଏହା ପୂର୍ବରୁ ୨୦୦୦ ମସିହାରେ ଅନୁଷ୍ଠିତ ସିଡନୀ ଅଲିମ୍ପିକ୍ସରେ କର୍ଣ୍ଣମ ମାଲେଶ୍ୱରୀ ବ୍ରୋଞ୍ଜ ପଦକ ଜିତିଥିଲେ। ମୀରାବାଈ ଚାନୁ ୪୮ କେଜି ଓ ୮୭ କେଜି ଓଜନକୁ ସଫଳତାର ସହିତ ଉଠାଇ ଦେଇଥିଲେ। କିନ୍ତୁ ୮୯ କେଜି ଉଠାଇବାରେ ‍ବିଫଳ ହୋଇଥିଲେ। ତେଣୁ ସ୍ନାଚ୍ ରାଉଣ୍ଡରେ ସେ ଦ୍ୱିତୀୟ ସ୍ଥାନରେ ରହି ଯାଇଥିଲେ। ଅନ୍ୟପକ୍ଷରେ କ୍ଲିନ୍ ଓ ଜର୍କରେ ୧୧୫ କେଜି ଓଜନ ଉଠାଇ ମୀରାବାଈ ଚାନୁ ଅଲିମ୍ପିକ୍ସରେ ନୂଆ ରେକର୍ଡ ସ୍ଥାପନ କରିଛନ୍ତି।

୨୦୧୭ ବିଶ୍ୱ ଚାମ୍ପିଅନଶିପରେ ମୀରାବାଈ ଚାନୁ ସ୍ନାଚରେ ୮୭ କେଜି ଉଠାଇ ସ୍ୱର୍ଣ୍ଣ ପଦକ ହାସଲ କରିଥିଲେ। ଚଳିତ ବର୍ଷ ଏସୀୟ ଭାରୋତ୍ତୋଳନ ଚାମ୍ପିଅନଶିପରେ ସେ କ୍ଲିନ୍ ଆଣ୍ଡ ଜର୍କରେ ୧୧୯ କେଜି ଉଠାଇ ବିଶ୍ୱ ରେକର୍ଡ ତିଆରି କରିଥିଲେ। ସେ ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମଧ୍ୟ ସେ ସ୍ୱର୍ଣ୍ଣ ପଦକ ଜିତିଥିଲେ। ଟୋକିଓ ଅଲିମ୍ପିକ୍ସରେ ଦେଶ ପାଇଁ ପଦକ ଜିତିବା ପରେ ତାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ ବିଭିନ୍ନ ମହଲରୁ ତାଙ୍କୁ ଅଭିନନ୍ଦନ ଜଣାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ