Masthead

 ୨୮ରୁ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୪ ଘଣ୍ଟାରେ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ୨୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ୨୭ ରୁ ୨୯ ତାରିଖ ମଧ୍ୟରେ ଭଲ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ କୁହାଯାଇଛି। ଲଘୁଚାପ ପ୍ରଭାବରେ ୨୭ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।

ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଉପକୂଳ ଓଡ଼ିଶାର ବାଲେଶ୍ବର, ମାଲକାନଗିରି, କୋରାପୁଟ, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଆଦି ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ। କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨୮ ଓ ୨୯ ତାରିଖ ଆଡ଼କୁ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ହେବ। ଏଥିସହ ୨୮ ତାରିଖ ଦିନ ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ