ଭାରତୀୟ ସେନାର ପରାକ୍ରମକୁ ମନେ ପକାଉଛି ସାରାଦେଶ

ନଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିର ଦିନ ଅର୍ଥାତ ଜୁଲାଇ ୨୬ରେ ଭାରତୀୟ ଯବାନମାନେ ପାକିସ୍ତାନୀ ସେନାକୁ ମାତ୍ ଦେବା ସହ ଅପରେସନ ବିଜୟର ଶଙ୍ଖନାଦ କରିଥିଲେ । ଯୁଦ୍ଧରେ ୫୨୭ ଯବାନ ସେମାନଙ୍କ ପ୍ରାଣର ଆହୁତି ଦେଇଥିଲେ । ଆଉ ସାରା ଦେଶକୁ ଏକ ଆସନ୍ନ ବିପଦ ମୁହଁରୁ ରକ୍ଷା କରିଥିଲେ। ହିମାଳୟର ବରଫାଚ୍ଛନ୍ନ ଅଞ୍ଚଳରେ ଭାରତୀୟ ସେନାର ଏଭଳି ଦୁଃସାହସ, ସବୁ ମହଲରେ ପ୍ରଶଂସା ସାଉଁଟିଥିଲା ।

ଆଉ ପାକିସ୍ତାନ ଭଳି ଏକ ଆତଙ୍କୀ ରାଷ୍ଟ୍ରର ଅସଲ ମୁଖା ଖୋଲି ଦେଇଥିଲା । ସେହି ପରାକ୍ରମୀ ଯବାନଙ୍କ ପରାକ୍ରମକୁ ଆଜି ସାରା ଦେଶ ମନେ ପକାଉଛି । ମନେ ପକାଉଛି ସେହି ବୀର ପୁତ୍ରଙ୍କୁ ଯାହାଙ୍କ ପାଇଁ ଆଜି ଆମେ ଶାନ୍ତିରେ ବଞ୍ଚିପାରୁଛେ । ୨୨ ବର୍ଷ ତଳେ ପାକିସ୍ତାନର ଯୋଜନାକୁ ପଣ୍ଡ କରିଥିଲେ ଭାରତୀୟ ସେନା । କାର୍ଗିଲ ସେକ୍ଟରରେ ଉଡ଼ିଥିଲା ତ୍ରିରଙ୍ଗା । କାରଗିଲ ପାହାଡ ଉପରେ ଉଡୁଥିବା ଏହି ତ୍ରିରଙ୍ଗା, ଦେଶ ପାଇଁ ସହିଦ ହୋଇଥିବା ବୀର ଯବାନଙ୍କ ପରାକ୍ରମର ଗାଥା ବଖାଣୁଛି । ସେଦିନର ବିଜୟକୁ ମନେ ପକାଇ ଦେଶ ପାଳନ କରୁଛି ବିଜୟ ଦିବସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ