ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୯୧୮୫ରେ ପହଞ୍ଚିଛି ।

ତେବେ ମଙ୍ଗଳବାର ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୬୯୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୯୧୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୩୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୪୫୧୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୫୬୫୬୨୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *