ସଲାମ କଲାମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୧୫ ମସିହା ଜୁଲାଇ ୨୭ ତାରିଖ । ଆଜିର ଦିନରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ ଦେଶର ମିସାଇଲ ମ୍ୟାନ ତଥା ପୂର୍ବତନ ରାଷ୍ଟ୍ରପତି ଡ ଏପିଜେ ଅବଦୁଲ କଲାମ । ମେଘାଳୟର ସିଲଂରେ ଆଇଆଇଏମ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଉଥିବା ସମୟରେ ହୃଦଘାତରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ ଦେଶର ୧୧ତମ ରାଷ୍ଟ୍ରପତି ଅବଦୁଲ କଲାମ । ଆଉ ମିସାଇଲ ମ୍ୟାନଙ୍କ ଦେହାନ୍ତରେ ସ୍ତବ୍ଧ ହୋଇଯାଇଥିଲା ସାରା ଦେଶ ।

ଆଜି ସେହି ମହାନ ଆତ୍ମାଙ୍କ ଷଷ୍ଠ ଶ୍ରାଦ୍ଧବାର୍ଷିକୀ । ସେ ଥିଲେ ଅବିବାହିତ ଓ ଶାକାହାରୀ । ଶିକ୍ଷାପ୍ରତି ଥିଲା ତାଙ୍କ ଅହେତୁକ ଦୁର୍ବଳତା । ନିଜର ଦକ୍ଷତା ବଳରେ ସେ ତାମିଲନାଡୁର ରାମେଶ୍ବରମରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ପହଞ୍ଚି ପାରିଥିଲେ । ବିଦ୍ୟାର୍ଥୀଙ୍କ ପ୍ରତି କଲାମଙ୍କ ମନରେ ଥିଲା ସ୍ବତନ୍ତ୍ର ସ୍ଥାନ । ଏଥିପାଇଁ ସଂଯୁକ୍ତ ରାଷ୍ଟ୍ର ତାଙ୍କ ଜନ୍ମ ଦିବସକୁ ବିଦ୍ୟାର୍ଥୀ ଦିବସ ରୂପେ ପାଳନ କରୁଛି । କଲାମଙ୍କୁ ଦେଶର ସମସ୍ତ ସର୍ବୋଚ୍ଚ ପୁରସ୍କାରରେ ସମ୍ମାନିତ କରାଯାଇଛି । ୧୯୮୧ରେ ପଦ୍ମ ଭୂଷଣ, ୧୯୯୦ରେ ପଦ୍ମ ବିଭୂଷଣ ଓ ୧୯୯୭ ରେ ଭାରତ ରତ୍ନରେ ସମ୍ମାନିତ ହୋଇଥିଲେ ଏହି ମହାନ୍ ଜନନାୟକ ।

ଆଜି କଲାମଙ୍କ ଷଷ୍ଠ ଶ୍ରାଦ୍ଧବାର୍ଷିକୀ ଅବସରରେ ସମଗ୍ର ଦେଶ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଉପରାଷ୍ଟ୍ରପତି, ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କୁ ଭାରତର ‘ପିପୁଲ୍ସ ରାଷ୍ଟ୍ରପତି’ କୁହାଯାଏ । ସେ ବୈଜ୍ଞାନିକ ଭାବେ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ ଏବଂ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନରେ ତାଙ୍କର ଅବଦାନ ଅତୁଳନୀୟ। ବିଜ୍ଞାନ, ପ୍ରତିରକ୍ଷା, ଶିକ୍ଷା ଓ ରାଜନୀତି କ୍ଷେତ୍ରରେ ତାଙ୍କର ଶ୍ରେଷ୍ଠ ଅବଦାନ ପାଇଁ ତାଙ୍କୁ ଭାରତ ସରକାର ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ