Masthead

ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ବୋମାଇ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦରୁ ବି.ଏସ୍. ୟେଦ୍ୟୁରପ୍ପାଙ୍କ ଇସ୍ତଫା ପରେ ତାଙ୍କ ଉତ୍ତରାଧିକାରୀ କିଏ ହେବ ବୋଲି ଚାଲିଥିବା କଳ୍ପନାଜଳ୍ପନାର ଅବସାନ ଘଟିଛି । ଲିଙ୍ଗାୟତ ସଂପ୍ରଦାୟର ଟାଣୁଆ ନେତା ତଥା ୟେଦ୍ୟୁରପ୍ପା ସରକାରରେ ଗୃହମନ୍ତ୍ରୀ ବସବରାଜ ବୋମାଇ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ।  ବିଏସ୍‌ ୟେଦ୍ୟୁରପ୍ପା ସୋମବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ମଙ୍ଗଳବାର ନୂଆ ନେତା ଚୟନ ହୋଇଥିଲା ।

ଏଥିପାଇଁ ବିଜେପି ବିଧାୟକ ଦଳର ବୈଠକ ବେଙ୍ଗାଲୁରୁରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ସର୍ବସମ୍ମତିକ୍ରମେ ବିଧାୟକ ଦଳ ନେତା ଭାବେ ବସବରାଜ ର୍ନିବାଚିତ ହୋଇଥିଲେ । ବସବରାଜ ବୁଧବାର ଅପରାହ୍ନ ୩ଟା ୨୦ରେ ରାଜଭବନରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ବିଧାୟକ ଦଳ ବୈଠକ ପୂର୍ବରୁ ଦଳର ସମସ୍ତ ବରିଷ୍ଠ ନେତାମାନଙ୍କ ସହ ଦଳର ପର୍ଯ୍ୟବେକ୍ଷକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ରମନ୍ତ୍ରୀ କିସନ୍‌ ରେଡ୍ଡୀ ଆଗୁଆ ଆଲୋଚନା କରିଥିଲେ।

ମୁଖ୍ୟମନ୍ତ୍ରୀ ଭାବେ ମନୋନୀତ ବସବରାଜଙ୍କ ଜନ୍ମ ୧୯୬୦ ଜାନୁଆରି ୨୮ରେ ହୋଇଥିଲା । ସେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌. ଆର୍‌. ବୋମାଇଙ୍କ ପୁଅ। ସେ ବିଜେପିରେ ୨୦୦୮ରେ ସାମିଲ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ