Masthead

ପ୍ରେମିକାକୁ ଜାଳିଲା ପ୍ରେମିକ

ପୁରୁଷୋତ୍ତମପୁର (ବଡ଼ ଖବର ବ୍ୟୁରୋ): ପ୍ରେମରେ ପ୍ରତାରଣା । ପ୍ରେମିକାକୁ ଜାଳିଦେଲା ପ୍ରେମିକ ।  ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନାର ପ୍ରତାପୁର ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ଏହି ଘଟଣା ଘଟିଛି । ତେବେ ରାତିିରେ ବ୍ରହ୍ମପୁର ମେଡିକାଲରେ ଯୁବତୀଙ୍କର ମୃତ୍ୟୁ ଘଟିଛି । ମୃତ ଯୁବତୀ କବିସୂର୍ଯ୍ୟନଗର ଥାନା କଳମ୍ବ ଗ୍ରାମର ଯୁବତୀ ବୋଲି ଜଣାପଡ଼ିଛି। ସେହିପରି ଅଭିଯୁକ୍ତ ପ୍ରେମିକ ପ୍ରତାପୁର ଗ୍ରାମର କୃଷ୍ଣଚନ୍ଦ୍ର ସାହୁଙ୍କୁ ଅଟକ ରଖାଯାଇଥିବା ପୋଲିସ ସୂଚନା ଦେଇଛନ୍ତି।

ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସୂଚନା ଅନୁଯାୟୀ, ଯୁବତୀଙ୍କ ଚିତ୍କାର ଶୁଣି ପାଖ ବିଲରେ କାମ କରୁଥିବା ଲୋକେ ତାଙ୍କୁ ଉଦ୍ଧାର କରିଥିଲେ। ଲୋକମାନେ ଖବର ଦେବାପରେ ପୁଲିସ ଓ ଦମକଳ ବାହିନୀ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରି ପୁରୁଷୋତ୍ତମପୁର ଡାକ୍ତରଖାନା ନେଇଥିଲେ। ଶରୀରର ପ୍ରାୟ ୮୦ ଭାଗ ଜଳି ଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ପୁରୁଷୋତ୍ତମପୁର ମେଡିକାଲ ଓ ପରେ ବ୍ରହ୍ମପୁରକୁ ସ୍ଥାନାନ୍ତର କରିଥିଲେ।

ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଯୁବତୀଙ୍କ ମୃତ୍ୟୁ ହୋଇଛି। କିନ୍ତୁ ମୃତ୍ୟୁ ପୂର୍ବରୁ ପୋଲିସ ଆଗରେ ବୟାନ ଦେଇଛନ୍ତି ସଂପୃକ୍ତ ଯୁବତୀ। ଜଣେ ଯୁବକ ତାଙ୍କୁ ଜାଳି ଦେଇଥିବା କହିବା ସହ ସେ ଯୁବକଙ୍କ ଘର ପ୍ରତାପୁର ବୋଲି କହିଥିଲେ । ଯୁବକଙ୍କ ମୋବାଇଲ୍‌ ନମ୍ବର ବି ଦେଇଥିଲେ । ମୋବାଇଲ୍‌ ନମ୍ବରକୁ ଟ୍ରାକ୍‌ କରି ପୁଲିସ ଚମ୍ପଟ ମାରିଥିବା ଅଭିଯୁକ୍ତ ଯୁବକ କୃଷ୍ଣ ସାହୁଙ୍କୁ କେଶପୁରରୁ କାବୁ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ