ପ୍ରେମିକାକୁ ଜାଳିଲା ପ୍ରେମିକ

ପୁରୁଷୋତ୍ତମପୁର (ବଡ଼ ଖବର ବ୍ୟୁରୋ): ପ୍ରେମରେ ପ୍ରତାରଣା । ପ୍ରେମିକାକୁ ଜାଳିଦେଲା ପ୍ରେମିକ ।  ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନାର ପ୍ରତାପୁର ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ଏହି ଘଟଣା ଘଟିଛି । ତେବେ ରାତିିରେ ବ୍ରହ୍ମପୁର ମେଡିକାଲରେ ଯୁବତୀଙ୍କର ମୃତ୍ୟୁ ଘଟିଛି । ମୃତ ଯୁବତୀ କବିସୂର୍ଯ୍ୟନଗର ଥାନା କଳମ୍ବ ଗ୍ରାମର ଯୁବତୀ ବୋଲି ଜଣାପଡ଼ିଛି। ସେହିପରି ଅଭିଯୁକ୍ତ ପ୍ରେମିକ ପ୍ରତାପୁର ଗ୍ରାମର କୃଷ୍ଣଚନ୍ଦ୍ର ସାହୁଙ୍କୁ ଅଟକ ରଖାଯାଇଥିବା ପୋଲିସ ସୂଚନା ଦେଇଛନ୍ତି।

ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସୂଚନା ଅନୁଯାୟୀ, ଯୁବତୀଙ୍କ ଚିତ୍କାର ଶୁଣି ପାଖ ବିଲରେ କାମ କରୁଥିବା ଲୋକେ ତାଙ୍କୁ ଉଦ୍ଧାର କରିଥିଲେ। ଲୋକମାନେ ଖବର ଦେବାପରେ ପୁଲିସ ଓ ଦମକଳ ବାହିନୀ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରି ପୁରୁଷୋତ୍ତମପୁର ଡାକ୍ତରଖାନା ନେଇଥିଲେ। ଶରୀରର ପ୍ରାୟ ୮୦ ଭାଗ ଜଳି ଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ପୁରୁଷୋତ୍ତମପୁର ମେଡିକାଲ ଓ ପରେ ବ୍ରହ୍ମପୁରକୁ ସ୍ଥାନାନ୍ତର କରିଥିଲେ।

ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଯୁବତୀଙ୍କ ମୃତ୍ୟୁ ହୋଇଛି। କିନ୍ତୁ ମୃତ୍ୟୁ ପୂର୍ବରୁ ପୋଲିସ ଆଗରେ ବୟାନ ଦେଇଛନ୍ତି ସଂପୃକ୍ତ ଯୁବତୀ। ଜଣେ ଯୁବକ ତାଙ୍କୁ ଜାଳି ଦେଇଥିବା କହିବା ସହ ସେ ଯୁବକଙ୍କ ଘର ପ୍ରତାପୁର ବୋଲି କହିଥିଲେ । ଯୁବକଙ୍କ ମୋବାଇଲ୍‌ ନମ୍ବର ବି ଦେଇଥିଲେ । ମୋବାଇଲ୍‌ ନମ୍ବରକୁ ଟ୍ରାକ୍‌ କରି ପୁଲିସ ଚମ୍ପଟ ମାରିଥିବା ଅଭିଯୁକ୍ତ ଯୁବକ କୃଷ୍ଣ ସାହୁଙ୍କୁ କେଶପୁରରୁ କାବୁ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ