Masthead

ଆସାମ-ମିଜୋରାମ ସୀମା ବିବାଦର ଆପୋସ ସମାଧାନ ହେବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସାମ-ମିଜୋରାମ ସୀମା ବିବାଦର ଆପୋସ ସମାଧାନ ହେବ । ଦୁଇ ରାଜ୍ୟର ମୁଖ୍ୟମାନେ ପରସ୍ପର ମଧ୍ୟରେ ଆଲୋଚନା କରି ବିବାଦର ଆପୋସ ସମାଧାନ କରିବେ । କେନ୍ଦ୍ର ଗୃହ ସଚିବ ବିଜୟ ଭଲ୍ଲାଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ହୋଇଛି । ଦୁଇ ରାଜ୍ୟର ସୀମାର ବିବାଦୀୟ ଅଞ୍ଚଳରେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ମୁତୟନ ପାଇଁ ମଧ୍ୟ ଚୂଡାନ୍ତ ହୋଇଛି । ଦୁଇ ରାଜ୍ୟ ଦେଇ ଯାଇଥିବା ୩୦୬ଜାତୀୟ ରାଜପଥରେ ମଧ୍ୟ କେନ୍ଦ୍ରୀୟ ଫୋର୍ସ ମୁତୟନ ହେବେ ।

କେନ୍ଦ୍ରର ନିଷ୍ପତ୍ତିକୁ ଦୁଇ ରାଜ୍ୟର ପ୍ରତିନିଧିମାନେ ମାନି ନେଇଛନ୍ତି । ସୋମବାର ଆସାମ ଓ ମିଜୋରାମ ସୀମାରେ ରକ୍ତାକ୍ତ ସଂଘର୍ଷ ଘଟିଥିଲା । ଏଥିରେ ଆସାମର ୬ପୋଲିସ କର୍ମଚାରୀଙ୍କ ସମେତ ୭ଜଣଙ୍କ ମୃତ୍ୟୁ ହେବା ପରେ ଦୁଇ ରାଜ୍ୟ ମଧ୍ୟରେ ଉତ୍ତେଜନା ବଢିଥିଲା । ମିଜୋରାମକୁ ସଂଯୋଗ କରୁଥିବା ରେଳ ଓ ସଡ଼କ ପଥକୁ ଆସାମ ସରକାର ବନ୍ଦ କରିଦେଇଥିବାରୁ ଏଡାକୁ ସ୍ୱାଭାବିକ କରିବା ପାଇଁ ମିଜୋରାମ ପକ୍ଷରୁ ଦାବି କରାଯାଇଛି । ବୈଠକରେ ଦୁଇ ରାଜ୍ୟର ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି