Masthead

ରାଜ୍ୟରେ ଲାଗୁ ହେଲା ‘ଗୋଟିଏ ଦେଶ, ଗୋଟିଏ ରାସନ’ ବ୍ୟବସ୍ଥା

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଆଜିଠାରୁ ଓଡ଼ିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରାସନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାଦ୍ଵାରା ରାଜ୍ୟ ବାହାରର ଲୋକ ଓଡ଼ିଶାରେ ଓ ଓଡ଼ିଶାର ଲୋକ ରାଜ୍ୟ ବାହାରେ ତାଙ୍କ ପସନ୍ଦର ଦୋକାନରୁ ରାସନ ପାଇପାରିବେ। ରାଜ୍ୟର ୧୦,୫୭୮ ସୁଲଭ ମୂଲ୍ୟ ଦୋକାନରେ ହିତାଧିକାରୀମାନେ ଏହି ସୁବିଧା ପାଇବେ। ଏହାସହିତ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ପାଇଲଟ୍‌ ପ୍ରକଳ୍ପ ଭାବରେ ମାଲକାନଗିରି ଜିଲ୍ଲାରେ ଭିଟାମିନଯୁକ୍ତ ଚାଉଳ ପ୍ରଦାନ କାର୍ୟ୍ୟକ୍ରମ ମଧ୍ୟ ଆରମ୍ଭ କରାଯାଇଛି ।

ଏହାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ସ୍ଵାଭିମାନର ସହ ବଞ୍ଚିବା ସମସ୍ତଙ୍କର ଅଧିକାର ଓ ଗରିବ ଲୋକଙ୍କୁ ଏହି ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ । ଆମର ବିଭିନ୍ନ କାର୍ୟ୍ୟକ୍ରମ ଜରିଆରେ ଏହି ଅଧିକାରକୁ ଆମେ ସବୁବେଳେ ସମ୍ମାନ ଜଣାଇଆସିଛୁ । ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆମର ଉଦ୍ୟମ ଜାରି ରହିବ ।’ ଗରିବ ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ତାଙ୍କର ଗୁରୁତ୍ବ ଉପରେ ଆଲୋକପାତ କରି ସେ କହିଲେ, ‘ମୁଁ ସବୁବେଳେ କହିଆସିଛି ଜଣେ ବି ଗରିବ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନ ହୁଏ, ତାହା ଆମର ଲକ୍ଷ୍ୟ ।’ କେଜି ୧ ଟଙ୍କାରେ ଚାଉଳ ମିଳିବ ଦ୍ବାରା ଗରିବ ଲୋକଙ୍କର ଖାଦ୍ୟ ନିରାପତ୍ତା ମଜବୁତ ହୋଇଛି । ରାଜ୍ୟର ବିଭିନ୍ନ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରି ସେ କହିଥିଲେ ଯେ ଖାଦ୍ୟ ନିରାପତ୍ତା ସହିତ ରାଜ୍ୟ ସରକାର ମାଗଣାରେ ପିଲାମାନଙ୍କ ପାଇଁ ଶିକ୍ଷା ବ୍ୟବସ୍ଥା କରିଛନ୍ତି। ଜୋତା ଠାରୁ ଆରମ୍ଭ କରି ପୋଷାକ, ବହି, ସାଇକେଲ – ସବୁ ସରକାର ଯୋଗାଇ ଦେଉଛନ୍ତି। ସ୍ଵାସ୍ଥ୍ୟ ସୁବିଧା ପାଇଁ ସବୁ ସରକାରୀ ଡାକ୍ତରଖାନାରେ ସମସ୍ତଙ୍କ ପାଇଁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ