Masthead

କମିଲା ରେସିଡେନ୍ସି ପିରିଅଡ, ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସିକୁ ସମୟକୁ କମ କରିଛନ୍ତି ରାଜ୍ୟ ସରକାର । ଏହାଦ୍ୱାରା ରାଜ୍ୟର ମୋଟ ୬୩ହଜାର ୩ହ୩ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ । ତେବେ ଏହା ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଥିବା ଶିକ୍ଷକ ପଦବୀ ଗୁଡ଼ିକ ମଧ୍ୟ ପୂରଣ ହେବା ସହ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟ ମାନଙ୍କରେ ପ୍ରଧାନ ଶିକ୍ଷକ ପଦବୀ ଗୁଡ଼ିକ ମଧ୍ୟ ପୂରଣ ହୋଇପାରିବ । ଏହି ପ୍ରସ୍ତାବ କାର୍ୟ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ ।

ଏହାସହିତ ଲେଭେଲ ଆଇଭିରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩ କୁ ପଦୋନ୍ନତି ପାଇବେ । ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି । ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ