Masthead

ଆସିଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ, ଆଗରେ ଛାତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ଶ୍ରେୀଣୀ ପରୀକ୍ଷା ଫଳ । ଏଥିରେ ମୋଟ ୯୯.୩୭% ଛାତ୍ରଛାତ୍ରୀ ପାସ କରିଛନ୍ତି । କରୋନା ପାଇଁ ପରୀକ୍ଷା ବନ୍ଦ ହୋଇ ବିକଳ୍ପ ଉପାୟରେ ମୂଲ୍ୟାୟନ କରାଯାଇ ଫଳ ପ୍ରକାଶ କରାଯାଇଛି । ତେବେ ଚଳିତ ବର୍ଷ ପୁଅଙ୍କ ତୁଳନାରେ ଝିଅଙ୍କ ପାସ ହାର ଅଧିକ ରହିଛି । ୭୦,୦୦୪ ଜଣ ଛାତ୍ରଛାତ୍ରୀ ୯୫ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି। ସେହିଭଳି ୧ ଲକ୍ଷ ୫୦ ହଜାର ୧୫୨ ଜଣ ଛାତ୍ରଛାତ୍ରୀ ୯୦ରୁ ଅଧିକ ପ୍ରତିଶତ ନମ୍ବର ରଖିଛନ୍ତି।

ଚଳିତ ବର୍ଷ ୧୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେବା ପାଇଁ ପଞ୍ଜିକରଣ କରିଥିଲେ। ତେବେ କରୋନା ଯୋଗୁ ପରୀକ୍ଷା କରାଯାଇପାରି ନଥିଲା। ସେଥିପାଇଁ ଏହି ଛାତ୍ରଛାତ୍ରୀମାନଙ୍କର ଦଶମ, ଏକାଦଶ ଓ ଇଣ୍ଟରନାଲ୍ ପରୀକ୍ଷାର ନମ୍ବରକୁ ନେଇ ବିକଳ୍ପ ବ୍ୟବସ୍ଥା ଯୋଗେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ କରାଯାଇଛି। ଦିଲ୍ଲୀ ରିଜଅନର ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ବେଶ୍ ଭଲ ହୋଇଛି। ଏଠାରେ ୯୯.୮୪ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ