Masthead

ରାଜନୀତିକୁ ବାଏ ବାଏ କଲେ ବାବୁଲ

କଲିକତା (ବଡ଼ଖବର ବ୍ୟୁରୋ) : ରାଜନୀତିକୁ ବାଏ ବାଏ କଲେ ବାବୁଲ ସୁପ୍ରିୟୋ । କଣ୍ଠଶିଳ୍ପୀରୁ ରାଜନେତା ହୋଇଥିବା ବାବୁଲ ସୁପ୍ରିୟୋ ଶେଷରେ ରାଜନୀତିରୁ ଅବସାଦ ନେଇଛନ୍ତି । ବରିଷ୍ଠ ବିଜେପି ନେତା ତଥା ଲୋକସଭା ସାଂସଦ ବାବୁଲ ସୁପ୍ରିୟୋ ଏକ ଅପ୍ରତ୍ୟାଶିତ ଘଟଣାକ୍ରମରେ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ରାଜନୀତି ଛାଡ଼ିବା ସହ ସାଂସଦ ପଦରୁ ମଧ୍ୟ ଇସ୍ତଫା ଦେବେ ବୋଲି କହିଛନ୍ତି । ବାବୁଲ ପଶ୍ଚିମବଙ୍ଗରୁ ନିର୍ବାଚିତ ହୋଇ ଲୋକସଭାକୁ ଯିବା ପରେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସୁଯୋଗ ପାଇଥିଲେ। କିନ୍ତୁ ନିକଟରେ ହୋଇଥିବା ମନ୍ତ୍ରିମଣ୍ଡଳ ଅଦଳ ବଦଳ ବେଳେ ତାଙ୍କୁ ପଦ ଛାଡ଼ିବାକୁ ବାଧ୍ୟ କରାଯାଇଥିଲା ।

ପଦରୁ ବିଦା ହେବା ପରେ ସେ ଆଜି ସୋଶିଆଲ ମିଡିଆରେ ରାଜନୀତିକୁ ଗୁଡବାଏ କହିଛନ୍ତି। କଣ୍ଠଶିଳ୍ପୀରୁ ରାଜନେତା ହୋଇଥିବା ବାବୁଲ କହିଛନ୍ତି, “ଅଲବିଦା । ମୁଁ କୌଣସି ରାଜନୀତିକ ଦଳକୁ ଯାଉନାହିଁ। ଟିଏମସି, କଂଗ୍ରେସ କିମ୍ବା ସିପିଆଇଏମକୁ ଯାଉନି। ମୁଁ ଏଠାରେ ନିଶ୍ଚିତ କରିବାକୁ ଚାହୁଁଛି ଯେ ମୋତେ କେହି ବି ଡାକି ନାହାନ୍ତି । ତେଣୁ ମୁଁ କେଉଁ ଦଳରେ ମିଶିବିନି। ମୁଁ ୱାନ ଟିମ୍‌ ପ୍ଲେୟାର। ସବୁବେଳେ ଗୋଟିଏ ଟିମକୁ ସମର୍ଥନ କରେ। ସେହି ଦଳ ହେଲା ମୋହନ ବାଗନ । ମୁଁ ସବୁବେଳେ ଗୋଟିଏ ଦଳରେ ରହିଛି। ସେଇଟା ହେଲା ବିଜେପି-ପଶ୍ଚିମବଙ୍ଗ। ବାସ ଏତିକି । ମୁଁ ଏଠାରେ ବହୁତ ସମୟ ରହିଛି। କିଛି ଲୋକଙ୍କୁ ସହଯୋଗ କରିଛି ଓ କିଛି ଲୋକଙ୍କୁ ଆଘାତ ମଧ୍ୟ ଦେଇଛି। ବହୁତ କିଛି ଆଲୋଚନା ଓ ଚିନ୍ତା କରିବା ପରେ ମୁଁ ଛାଡ଼ିବାକୁ ନିଷ୍ପତ୍ତି ନେଇଛି। ରାଜନୀତିରେ ରହିବା ଓ ସାମାଜିକ କାର୍ୟ୍ୟ କରିବା ସମ୍ଭବ ନୁହେଁ। ତେଣୁ ମୁଁ ଏହା ମଧ୍ୟରୁ ଗୋଟିଏକୁ ବାଛିଛି। ଏବେ ମୁଁ ସମାଜ ସେବା ଉପରେ ଅଧିକ ଗୁରୁତ୍ୱ ଦେବି। ମୁଁ ଅମିତ ଶାହ ଓ ଜେପି ନଡ୍ଡାଜୀଙ୍କୁ ମୋ ମନରେ ଥିବା ଭାବନା ଜଣାଇ ଦେଇଛି।” ଆସନସୋଲରୁ ୨ ଥର ସାଂସଦ ହୋଇଥିବା ବାବୁଲ ୨୦୧୪ରୁ ୨୦୧୬ ଯାଏ ନଗର ଉନ୍ନୟନ ବିଭାଗର ରାଷ୍ଟ୍ରମନ୍ତ୍ରୀ ଥିଲେ। ୨୦୧୬ ଜୁଲାଇରୁ ୨୦୧୯ ମେ’ ମାସ ଯାଏ ତାଙ୍କୁ ଭାରୀ ଶିଳ୍ପର ରାଷ୍ଟ୍ରମନ୍ତ୍ରୀ କରାଯାଇଥିଲା। ୨୦୧୯ରେ ମୋଦି ସରକାର ଆସିବା ପରେ ବାବୁଲ ପରିବେଶ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ହୋଇଥିଲେ। ତେବେ ନିକଟରେ ମନ୍ତ୍ରିମଣ୍ଡଳ ଅଦଳବଦଳ ପୂର୍ବରୁ ଯେଉଁ ୧୨ ଜଣଙ୍କୁ ଇସ୍ତଫା ଦେବାକୁ କୁହାଯାଇଥିଲା, ସେମାନଙ୍କ ମଧ୍ୟରେ ବାବୁଲଙ୍କ ନାଁ ରହିଥିଲା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି