ପୁଲଓ୍ବାମା ଆକ୍ରମଣର ଅନ୍ୟତମ ମାଷ୍ଟରମାଇଣ୍ଡ୍ ନିହତ

(ବଡ଼ ଖବର ବ୍ୟୁରୋ): ଜମ୍ମୁ ଓ କଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ଧରଣର ସଫଳତା । ଆତଙ୍କବାଦୀ ସଂଗଠନ ଜୈସ ଇ ମହମ୍ମଦର ଜଣେ ପ୍ରମୁଖ କମାଣ୍ଡର ମହମ୍ମଦ ଇସମାଇଲ ଆଲଭି ଓରଫ ଲମ୍ବୁ ଶନିବାର ସେନା ଗୁଳିରେ ନିହତ ହୋଇଛି। ସେ କୁଖ୍ୟାତ ଆତଙ୍କବାଦୀ ମାସୁଦ ଆଝାରର ସମ୍ପର୍କୀୟ ଥିଲା ।

ଏହା ସହିତ ଭାରତୀୟ ସେନା ୨୦୧୯ରେ ହୋଇଥିବା ପୁଲଓ୍ବାମା ଆକ୍ରମଣରେ ସଂପୃକ୍ତ ଥିବା ଶେଷ ଆତଙ୍କବାଦୀକୁ ମାରିବା ସହ ନିଜର ପ୍ରତିଶୋଧ ପୂରଣ କରିଛି । ଲମ୍ବୁ ପୁଲଓ୍ବାମା ଆକ୍ରମଣର ଜଣେ ମାଷ୍ଟରମାଇଣ୍ଡ ଥିଲା । ସେ ଆତ୍ମଘାତି ବିସ୍ଫୋରଣ କରିଥିବା ସ୍ଥାନୀୟ ଯୁବକ ଆଦିଲକୁ ତାଲିମ ଦେଇଥିଲା ବୋଲି ଭାରତୀୟ ସେନାର ଚିନାର କପ୍ସ କମାଣ୍ଡର ଲେପ୍ଟନାଣ୍ଟ ଜେନେରାଲ ଡିପି ପାଣ୍ଡେ କହିଛନ୍ତି । ପୁଲଓ୍ବାମା ଆକ୍ରମଣର ତଦନ୍ତ କରୁଥିବା ଏନଆଇଏ ରିପୋର୍ଟରେ ବି ଲମ୍ବୁର ନାଁ ଥିଲା ।

ସୂଚନାଯୋଗ୍ୟ ଯେ ଫେବ୍ରୁଆରି ୧୪, ୨୦୧୯ରେ କଶ୍ମୀରର ପୁଲଓ୍ବାମାରେ ହୋଇଥିବା ଆତ୍ମଘାତି ଆକ୍ରମଣରେ ସିଆରପିଏଫର ୪୦ ଜଣ ଯବାନ ସହିଦ ହୋଇଥିଲେ । ଏହା ପରେ ଭାରତ ପାକିସ୍ତାନର ବାଲାକୋଟ ଉପରେ ଏୟାରଷ୍ଟ୍ରାଇକ କରି ପ୍ରତିଶୋଧ ନେଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ