Masthead

ଶତାଧିକ ହେକ୍ଟର ଫସଲ ନଷ୍ଟ: ଚିନ୍ତାରେ ଚାଷୀ

ଇନ୍ଦ୍ରାବତୀ (ବଡ଼ ଖବର ବ୍ୟୁରୋ): ଭାଙ୍ଗିଲା ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ହୁଡା । ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ, ଚିନ୍ତାରେ ଚାଷୀ । ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲରୁ ଚଳିତ ବର୍ଷ ଜୁଲାଇ ପ୍ରଥମ ସପ୍ତାହରେ ଇନ୍ଦ୍ରାବତୀରୁ ପ୍ରଥମ ଥର ପାଇଁ ମେଗା ଲିଫ୍ଟ କେନାଲ କାର୍ଯ୍ୟକ୍ଷମ ହୋଇ ଜୟପାଟଣା କୋକସରା ଓ ଧର୍ମଗଡ ବ୍ଲକର ଅଣଜଳସେଚିତ ଚାଷ ଜମିକୁ ପାଣି ଯୋଗାଇବା ପାଇଁ ପାଣି ଛଡା ଯାଇଥିଲା । ହେଲେ ପ୍ରଥମ ବନ୍ୟାଜଳ ନିଷ୍କାସନ ରେ ହିଁ ଭାଙ୍ଗିଗଲା କେନାଲ ହୁଡା ଫଳରେ ହେକ୍ଟର ହେକ୍ଟର ଚାଷ ଜମି ଏବେ ଜଳମଗ୍ନ ହୋଇଛି ।

କୋକସରା ବ୍ଲକର ମାଝୀଗୁଡା ନିକଟରେ ବିଳମ୍ବିତ ରାତିରେ ଓଭର ଫ୍ଲୋ ପାଣି କେନାଲ ଦେଇ ପ୍ରବାହିତ ଯୋଗୁ ମାଟି ଅତଡା ଧସି ଓ ନିନ୍ମମାନର କେନାଲର କାମ ହୋଇଥିବା ଯୋଗୁ କେନାଲ ହୁଡା ଭାଙ୍ଗି ଯାଇଛି ବୋଲି ସ୍ଥାନୀୟ ଚାଷୀ ଅଭିଯୋଗ କରିଛନ୍ତି । କେନାଲରେ ପ୍ରାୟ ୨୦ ଫୁଟ ଘାଇ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି ଫଳରେ ପାଖାପାଖି ୧୦୦ ହେକ୍ଟର ଚାଷଜମି ଜଳାର୍ଣ୍ଣବ ହୋଇଥିବା ସୁଚନା ମିଳିଛି । ଏବେ ଚାଷିଙ୍କ ରୁଆ ଓ ବୁଣା ଧାନ ରେ ପାଣି ମାଡ଼ି ଯିବାରୁ ମାଝୀଗୁଡା ମହୁଲମୁଣ୍ଡା କୋକସରା ଝରିଆଗୁଡା ଅଞ୍ଚଳର ଶତାଧିକ ଚାଷି କ୍ଷତିଗ୍ରସ୍ତ ହୋଇଛନ୍ତି ।

କେନାଲ ହୁଡା ଭାଙ୍ଗିବା ପାଇଁ ଠିକାସଂସ୍ଥାର ନିନ୍ମମାନର କାମ ଓ ଅବହେଳାକୁ ଦାୟୀ କରିବା ସହ ସେମାନଙ୍କ ନଷ୍ଟ ହୋଇଥିବା ଚାଷର ଆକଳନ କରି କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି । ଖବର ପାଇ ଘଟଣାସ୍ଥଳରେ ମେଗା ଲିଫ୍ଟ କେନାଲର ନିର୍ବାହୀ ଯନ୍ତ୍ରୀ ବି. କେ ରାଓ ସମେତ ଏଲ ଆଣ୍ଡ ଟି ଠିକାସଂସ୍ଥାର ଅଧିକାରୀ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ କେନାଲ ହୁଡା ଘାଇରେ ବାଳିବସ୍ତା ଦେଇ ମରାମତି କରିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ୪୮ ଘଣ୍ଟା ମଧ୍ୟରେ କେନାଲରେ ପାଣି ପରିଚାଳନା ସ୍ୱାଭାବିକ ହେବା ନେଇ ସୁଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ