Masthead

ଶତାଧିକ ହେକ୍ଟର ଫସଲ ନଷ୍ଟ: ଚିନ୍ତାରେ ଚାଷୀ

ଇନ୍ଦ୍ରାବତୀ (ବଡ଼ ଖବର ବ୍ୟୁରୋ): ଭାଙ୍ଗିଲା ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ହୁଡା । ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ, ଚିନ୍ତାରେ ଚାଷୀ । ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲରୁ ଚଳିତ ବର୍ଷ ଜୁଲାଇ ପ୍ରଥମ ସପ୍ତାହରେ ଇନ୍ଦ୍ରାବତୀରୁ ପ୍ରଥମ ଥର ପାଇଁ ମେଗା ଲିଫ୍ଟ କେନାଲ କାର୍ଯ୍ୟକ୍ଷମ ହୋଇ ଜୟପାଟଣା କୋକସରା ଓ ଧର୍ମଗଡ ବ୍ଲକର ଅଣଜଳସେଚିତ ଚାଷ ଜମିକୁ ପାଣି ଯୋଗାଇବା ପାଇଁ ପାଣି ଛଡା ଯାଇଥିଲା । ହେଲେ ପ୍ରଥମ ବନ୍ୟାଜଳ ନିଷ୍କାସନ ରେ ହିଁ ଭାଙ୍ଗିଗଲା କେନାଲ ହୁଡା ଫଳରେ ହେକ୍ଟର ହେକ୍ଟର ଚାଷ ଜମି ଏବେ ଜଳମଗ୍ନ ହୋଇଛି ।

କୋକସରା ବ୍ଲକର ମାଝୀଗୁଡା ନିକଟରେ ବିଳମ୍ବିତ ରାତିରେ ଓଭର ଫ୍ଲୋ ପାଣି କେନାଲ ଦେଇ ପ୍ରବାହିତ ଯୋଗୁ ମାଟି ଅତଡା ଧସି ଓ ନିନ୍ମମାନର କେନାଲର କାମ ହୋଇଥିବା ଯୋଗୁ କେନାଲ ହୁଡା ଭାଙ୍ଗି ଯାଇଛି ବୋଲି ସ୍ଥାନୀୟ ଚାଷୀ ଅଭିଯୋଗ କରିଛନ୍ତି । କେନାଲରେ ପ୍ରାୟ ୨୦ ଫୁଟ ଘାଇ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି ଫଳରେ ପାଖାପାଖି ୧୦୦ ହେକ୍ଟର ଚାଷଜମି ଜଳାର୍ଣ୍ଣବ ହୋଇଥିବା ସୁଚନା ମିଳିଛି । ଏବେ ଚାଷିଙ୍କ ରୁଆ ଓ ବୁଣା ଧାନ ରେ ପାଣି ମାଡ଼ି ଯିବାରୁ ମାଝୀଗୁଡା ମହୁଲମୁଣ୍ଡା କୋକସରା ଝରିଆଗୁଡା ଅଞ୍ଚଳର ଶତାଧିକ ଚାଷି କ୍ଷତିଗ୍ରସ୍ତ ହୋଇଛନ୍ତି ।

କେନାଲ ହୁଡା ଭାଙ୍ଗିବା ପାଇଁ ଠିକାସଂସ୍ଥାର ନିନ୍ମମାନର କାମ ଓ ଅବହେଳାକୁ ଦାୟୀ କରିବା ସହ ସେମାନଙ୍କ ନଷ୍ଟ ହୋଇଥିବା ଚାଷର ଆକଳନ କରି କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି । ଖବର ପାଇ ଘଟଣାସ୍ଥଳରେ ମେଗା ଲିଫ୍ଟ କେନାଲର ନିର୍ବାହୀ ଯନ୍ତ୍ରୀ ବି. କେ ରାଓ ସମେତ ଏଲ ଆଣ୍ଡ ଟି ଠିକାସଂସ୍ଥାର ଅଧିକାରୀ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ କେନାଲ ହୁଡା ଘାଇରେ ବାଳିବସ୍ତା ଦେଇ ମରାମତି କରିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ୪୮ ଘଣ୍ଟା ମଧ୍ୟରେ କେନାଲରେ ପାଣି ପରିଚାଳନା ସ୍ୱାଭାବିକ ହେବା ନେଇ ସୁଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ