Masthead

୧୬ ରୁ ନବମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୬ ରୁ ଆରମ୍ଭ ହେବ ୯ମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା। କରୋନା କଟକଣା ମଧ୍ୟରେ ପିଲାଙ୍କ ପାଠପଢ଼ା ଚାଲିବ। ସାମାଜିକ ଦୂରତା ରକ୍ଷା, ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯିବ।ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ ପକ୍ଷରୁ ଅଗଷ୍ଟ ମାସ ପାଇଁ ଜା‌ରି ହୋଇଥିବା ଗାଇଡ୍‌ଲାଇନ୍‌ ଆଧାରରେ ଗଣଶିକ୍ଷା ବିଭାଗ ଏଭଳି ନିଷ୍ପତ୍ତି ନେଇଛି।

ତେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଏବେ ସ୍କୁଲ୍ ଖୋଲିବ କି ନାହିଁ, ସେନେଇ ଅଧିକ ତର୍ଜମା ଚାଲିଛି। ପୂର୍ବଥର ପରି ଏଥର ବି ୯ମ ଓ ଦଶମ ଶ୍ରେଣୀ ପିଲାଙ୍କ କ୍ଲାସ ଦୁଇଟି ସିଟିଂରେ କରିବାକୁ ଯୋଜନା ହୋଇଛି। ଏନେଇ ବିଭାଗ ପକ୍ଷରୁ ସମ୍ପୂର୍ଣ୍ଣ ନି‌ୟମାବଳୀ ପ୍ରକାଶ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ ଏସ୍‌ଆରସିଙ୍କ ପକ୍ଷରୁ ଅଗଷ୍ଟ ମାସ ପାଇଁ ଯେଉଁ ଗାଇଡ୍‌ଲାଇନ୍ ଜାରି କରାଯାଇଛି ।

ସେଥିରେ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ସମ୍ପୃକ୍ତ ବିଭାଗଗୁଡ଼ିକ ନିଷ୍ପତ୍ତି ନେଇପାରିବେ ବୋଲି କୁହାଯାଇଛି। ୯ମ ଶ୍ରେଣୀ ପିଲାଙ୍କ ପାଠପଢ଼ା ଅଗଷ୍ଟ ୧୬ରୁ ଆରମ୍ଭ ହେବ ବୋଲି ଆଗରୁ କୁହାଯାଇଥିଲା। ସେଥିପାଇଁ ବିଭାଗ ପ୍ରସ୍ତୁତି ଚଲାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ