Masthead

୨ଦିନ ପାଗ ଶୁଖିଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବର୍ଷାର ଅଭାବ । ଚିନ୍ତାଗ୍ରସ୍ତ ଚାଷୀ । ୨ଦିନ ରାଜ୍ୟରେ ବର୍ଷାର ସମ୍ଭାବନା ନାହିଁ। ଜୁଲାଇ ଭଳି ଅଗଷ୍ଟରେ ମଧ୍ୟ ଭଲ ବର୍ଷା ହେବାର ସମ୍ଭାବନା ନାହିଁ । ଅଗଷ୍ଟ ଆରମ୍ଭରୁ ହିଁ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

ତିନି ତିନିଟି ଲଘୁଚାପ ପରେ ମଧ୍ୟ ଅଭାବୀ ବର୍ଷାରେ ସରିଛି ଜୁଲାଇ। ତେବେ କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଓଡ଼ିଶା ସଂଲଗ୍ନ ଅଞ୍ଚଳର ବାୟୁମଣ୍ଡଳର ଉପରି ଭାଗରେ ବାୟୁ ପ୍ରଭାବ‌ର ଯେଉଁ ସ୍ଥିତି ରହୁଛି, ତାହା ପ୍ରଭାବରେ ଆସନ୍ତା ୪ ଓ ୫ ତାରିଖ ଆଡ଼କୁ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

୪ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ଦେଓଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ସେହିଭଳି ୫ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ ବାଲେଶ୍ବର ଆଦି ଜିଲ୍ଲାର କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଦୁଇ ଦିନ ପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ