Masthead

୩ ଦିନ ପର୍ଯ୍ୟନ୍ତ ମୌସୁମୀ ଦୁର୍ବଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମୌସୁମୀ ଦୁର୍ବଳ, ପହିଲାରୁ ଦେଖାଦେଲାଣି ନିଅଣ୍ଟିଆ ବର୍ଷା । ନିଅଣ୍ଟିଆ ବର୍ଷା କାରଣରୁ ଚିନ୍ତାରେ ଚାଷୀ ୩ ଦିନ ହେଲା ରାଜ୍ୟରେ ବର୍ଷାର ପରିମାଣ ଖୁବ୍‌ କମ୍‌ ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବି ମୌସୁମୀର ଦୁର୍ବଳ ରହିବ। ଏବେ ରାଜ୍ୟରେ ମୌସୁମୀର ସ୍ଥିତି ଦୁର୍ବଳ ରହିଛି । ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିଛି। ଫଳରେ ଅଗଷ୍ଟ ଆରମ୍ଭରୁ ହିଁ ନିଅଣ୍ଟିଆ ବର୍ଷାର ପରିମାଣ ବଢ଼ିବାରେ ଲାଗିଛି।

ଜୁନ୍‌ ୧ ତରିଖରୁ ଅଗଷ୍ଟ ୨ ତାରିଖ ମଧ୍ୟରେ ରାଜ୍ୟରେ ମୋଟ୍‌ ୪୬୧.୬ମିମି ବର୍ଷା ରେକର୍ଡ ହୋଇଛି। ସ୍ବାଭାବିକ ଭାବେ ଏହି ସମୟ ମଧ୍ୟରେ ୫୮୬.୮ ମିମି ବର୍ଷା ହୋଇଥାଏ। ଅର୍ଥାତ୍‌ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧% ନିଅଣ୍ଟିଆ ବର୍ଷା ହୋଇଛି। ୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷାର ସ୍ଥିତି ଉତ୍କଟ ରହିଛି। ସେଗୁଡ଼ିକ ହେଲା ଭଦ୍ରକ, ଯାଜପୁର ଓ ଗଜପତି ଜିଲ୍ଲା। ଏଠାରେ ୪୦%ରୁ ଅଧିକ ନିଅଣ୍ଟିଆ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। । ତେଣୁ ୨ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ଆକାଶ ଆଂଶିକ ମେଘୁଆ ରହିବ। ବର୍ଷା ମଧ୍ୟ ହୋଇପାରେ ବୋଲି କେନ୍ଦ୍ର ସୂଚନା ଦେଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି