Masthead

ପ୍ରକାଶ ପାଇଲା ସିବିଏସଇ ରେଜଲ୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ସିବିଏସଇ ୧୦ମ ରେଜଲ୍ଟ। ଛାତ୍ରଛାତ୍ରୀମାନେ ୱେବସାଇଟ ମାଧ୍ୟମରେ ରେଜଲ୍ଟ ଦେଖିପାରିବେ । ଏନେଇ ପୂର୍ବରୁ ସିବିଏସଇ ପକ୍ଷରୁ ଘୋଷଣା ହୋଇଥିଲା। ପ୍ରି ବୋର୍ଡ ପରୀକ୍ଷା ରେଜଲ୍ଟ ହିସାବରେ ବିକଳ୍ପ ମୂଲ୍ୟାୟନ କରି ପରୀକ୍ଷା ଫଳ ପ୍ରକାଶ କରାଯାଉଛି । ପରୀକ୍ଷାର୍ଥୀମାନେ https://t.co/74kLAGmWXF?amp=1 କୁ ଲଗ୍ ଇନ୍ କରି ମଧ୍ୟ ସେମାନଙ୍କର ରେଜଲ୍ଟ ଜାଣିପାରିବେ। ଏହାସହ ମାର୍କ ସିଟ୍ ଏବଂ ସାର୍ଟିଫିକେଟ୍ ମଧ୍ୟ ପାଇପାରିବେ । ଯେଉଁମାନେ ମୂଲ୍ୟାଙ୍କନ ପଦ୍ଧତିରେ ଖୁସି ନାହାନ୍ତି ସେମାନେ ଅଫଲାଇନ ଜରିଆରେ ପରୀକ୍ଷା ଦେଇପାରିବେ ।

ଏହା ପୂର୍ବରୁ ଜୁଲାଇ ୩୦ରେ ସିବିଏସଇ ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ ପାଇଥିଲା । ୯୯.୬୭ ପ୍ରତିଶତ ଛାତ୍ରୀ ଏବଂ ୯୯.୧୩ ପ୍ରତିଶତ ଛାତ୍ର ପାସ୍ କରିଥିଲେ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ବାତିଲ କରାଯିବା ପରେ ବୋର୍ଡ ଦ୍ୱାରା ଗଠନ କରାଯାଇଥିବା ୧୩ ଜଣିଆ ପ୍ୟାନେଲ ଦ୍ୱାରା ନିର୍ଦ୍ଧାରିତ ମୂଲ୍ୟାଙ୍କନ ନୀତି ଆଧାରରେ ଫଳ ପ୍ରକାଶ ପାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି