Masthead

ପ୍ରକାଶ ପାଇଲା ସିବିଏସଇ ରେଜଲ୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ସିବିଏସଇ ୧୦ମ ରେଜଲ୍ଟ। ଛାତ୍ରଛାତ୍ରୀମାନେ ୱେବସାଇଟ ମାଧ୍ୟମରେ ରେଜଲ୍ଟ ଦେଖିପାରିବେ । ଏନେଇ ପୂର୍ବରୁ ସିବିଏସଇ ପକ୍ଷରୁ ଘୋଷଣା ହୋଇଥିଲା। ପ୍ରି ବୋର୍ଡ ପରୀକ୍ଷା ରେଜଲ୍ଟ ହିସାବରେ ବିକଳ୍ପ ମୂଲ୍ୟାୟନ କରି ପରୀକ୍ଷା ଫଳ ପ୍ରକାଶ କରାଯାଉଛି । ପରୀକ୍ଷାର୍ଥୀମାନେ https://t.co/74kLAGmWXF?amp=1 କୁ ଲଗ୍ ଇନ୍ କରି ମଧ୍ୟ ସେମାନଙ୍କର ରେଜଲ୍ଟ ଜାଣିପାରିବେ। ଏହାସହ ମାର୍କ ସିଟ୍ ଏବଂ ସାର୍ଟିଫିକେଟ୍ ମଧ୍ୟ ପାଇପାରିବେ । ଯେଉଁମାନେ ମୂଲ୍ୟାଙ୍କନ ପଦ୍ଧତିରେ ଖୁସି ନାହାନ୍ତି ସେମାନେ ଅଫଲାଇନ ଜରିଆରେ ପରୀକ୍ଷା ଦେଇପାରିବେ ।

ଏହା ପୂର୍ବରୁ ଜୁଲାଇ ୩୦ରେ ସିବିଏସଇ ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ ପାଇଥିଲା । ୯୯.୬୭ ପ୍ରତିଶତ ଛାତ୍ରୀ ଏବଂ ୯୯.୧୩ ପ୍ରତିଶତ ଛାତ୍ର ପାସ୍ କରିଥିଲେ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ବାତିଲ କରାଯିବା ପରେ ବୋର୍ଡ ଦ୍ୱାରା ଗଠନ କରାଯାଇଥିବା ୧୩ ଜଣିଆ ପ୍ୟାନେଲ ଦ୍ୱାରା ନିର୍ଦ୍ଧାରିତ ମୂଲ୍ୟାଙ୍କନ ନୀତି ଆଧାରରେ ଫଳ ପ୍ରକାଶ ପାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ