Masthead

ସିନ୍ଧୁଙ୍କୁ ସମ୍ବର୍ଦ୍ଧନା

 ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅଲମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟିନୀ ପି.ଭି.ସିନ୍ଧୁ ଭାରତ ଫେରିବା ପରେ ତାଙ୍କୁ ବିପୁଳ ସମ୍ବର୍ଦ୍ଧନା କରାଯାଇଛି । ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷନ ରେଡ୍ଡୀ, କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ନିଶିଥ ପରମାଣିକ ସିନ୍ଧୁ ଓ ତାଙ୍କ କୋଚ୍ ପାର୍କ ତାଇ ସାଂଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।

ଏହି ଅବସରରେ ଶ୍ରୀ ଠାକୁର କହିଥିଲେ ଯେ ପି.ଭି. ସିନ୍ଧୁ ନିଜକୁ ଭାରତର ମହାନତମ ଅଲିମ୍ପିଆନଙ୍କ ମଧ୍ୟରେ ନିଜକୁ ସାମିଲ କରିସାରିଛନ୍ତି । ଦୁଇଟି ଅଲିମ୍ପିକ୍ସରେ ପଦକ ଜିତିବାରେ ତାଙ୍କର ସଫଳତା ଭାରତର ଭାବି ଆଥଲେଟମାନଙ୍କୁ ପ୍ରେରଣା ପ୍ରଦାନ କରିବ । ଏହି ସମ୍ବର୍ଦ୍ଧନାକୁ ଗ୍ରହଣ କରି ସିନ୍ଧୁ କହିଥିଲେ ଯେ ସେମିଫାଇନାଲକୁ ଯାଇପାରିନଥିବାରୁ ସେ ଟିକିଏ ଦୁଃଖିତ ଅଛନ୍ତି, ମାତ୍ର ଦୁଇଟି ଅଲିମ୍ପିକ୍ସରେ ପଦକ ଜିତି ସେ ସନ୍ତୋଷ ଅନୁଭବ କରୁଛନ୍ତି । ତେବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସିନ୍ଧୁଙ୍କ ପିତାମାତା ପି.ଭି.ରମନ୍ନା ଓ ପି.ବିଜୟାଙ୍କୁ ହାଇଦ୍ରାବାଦରୁ ସ୍ବତନ୍ତ୍ରଭାବେ ଆମନ୍ତ୍ରଣ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ