Masthead

୧୬ରୁ ଖୋଲିବ ଶ୍ରୀମନ୍ଦିର, ୨୩ରୁ ସର୍ବସାଧାରଣ ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ): ଭକ୍ତଙ୍କ ପାଇଁ ଖୁସି ଖବର । ଭକ୍ତଙ୍କ ଡାକ ଶୁଣିଲେ ମହାପ୍ରଭୁ । ଶେଷରେ ଖୋଲିବ ଶ୍ରୀମନ୍ଦିର । ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ। ଆସନ୍ତା ୧୬ ତାରିଖ ସୋମବାର ଠାରୁ ଭକ୍ତମାନଙ୍କ ପାଇଁ ଖୋଲିବ ବଡ଼ଦେଉଳ । କାଳିଆ ସାଆନ୍ତଙ୍କ ସହ ବଡ଼ଠାକୁର ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ୧୬ ତାରିଖରେ ଶ୍ରୀମନ୍ଦିର ଖୋଲୁଥିଲେ ମଧ୍ୟ ୨୩ ତାରିଖରୁ ସର୍ବସାଧାରଣ ଦର୍ଶନ ପାଇବେ । ପ୍ରଥମ ପାଞ୍ଚଦିନ ପୁରୀ ସହରବାସୀ ଶ୍ରୀମନ୍ଦିରରେ ଦର୍ଶନ କରିବେ । ଦର୍ଶନ ସମୟରେ କୋଭିଡ୍‌ କଟକଣା କଡ଼ାକଡ଼ି ପାଳନ କରାଯିବ ।

ଶ୍ରୀମନ୍ଦିର ପ୍ରବେଶ ପାଇଁ ଭକ୍ତମାନଙ୍କୁ ଆର୍‌ଟିପିସିଆର୍‌ ନେଗେଟିଭ୍‌ ରିପୋର୍ଟ କିମ୍ବା ଡବଲ୍‌ ଡୋଜ୍‌ ଟିକା ନେଇଥିବାର ପ୍ରମାଣପତ୍ର ଦେଖାଇବା ଜରୁରୀ। କରୋନା ସଂକ୍ରମଣ ଯୋଗୁଁ ଗତ ଏପ୍ରିଲ୍‌ ୨୩ ତାରିଖରୁ ଶ୍ରୀମନ୍ଦିର ଦର୍ଶନ ବନ୍ଦ ଥିଲା । ଶ୍ରୀମନ୍ଦିର ଦର୍ଶନ ପାଇଁ ଖୋଲିବା ପ୍ରସଙ୍ଗରେ ଆଲୋଚନା ପାଇଁ ବୁଧବାର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍‌ କୁମାର ଅଧ୍ୟକ୍ଷତା କରିଥିଲେ । ସୂଚନା ଅନୁସାରେ, ଆସନ୍ତା ୧୬ ତାରିଖରେ ବଡ଼ଦେଉଳ ଦର୍ଶନ ନିମନ୍ତେ ଖୋଲିବ ।

୧୬ରୁ ୨୦ ତାରିଖ ପର୍ଯ୍ୟନ୍ତ ପୁରୀବାସୀଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ହୋଇଛି । ଏହାପରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ପାଇଁ ୨୧ ଓ ୨୨ ତାରିଖ ଶ୍ରୀମନ୍ଦିର ବନ୍ଦ ରହିବ। ସେହି ଦୁଇ ଦିନ ଶ୍ରୀମନ୍ଦିର ପରିସର ବିଶୋଧିତ କରାଯିବ । ୨୩ ତାରିଖରୁ ସର୍ବସାଧାରଣ ଭକ୍ତ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ । ଏଥିପାଇଁ କୋଭିଡ୍‌ କଟକଣା କଡ଼ାକଡ଼ି ଭାବେ ପାଳନ କରାଯିବ । ଭକ୍ତମାନେ ମଙ୍ଗଳ ଆଳତି, ସନ୍ଧ୍ୟା ଆଳତି, ବଡ଼ସିଂହାର ନୀତି ବେଳେ ଭିତର କାଠରେ ଦର୍ଶନ କରିପାରିବେ । ବାହାର କାଠରୁ ଅନ୍ୟ ନୀତି ସମୟରେ ଦର୍ଶନ ସୁଯୋଗ ପାଇବେ ।

ଦର୍ଶନାର୍ଥୀ ଧାଡି ଦର୍ଶନରେ ଶ୍ରୀମନ୍ଦିର ପ୍ରବେଶ କରିବେ । ଧାଡିରେ ସାମାଜିକ ଦୂରତା ରକ୍ଷା କରିବେ । ମାସ୍କ ପିନ୍ଧି, ହାତ ଧୋଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ । ସକାଳ ୭ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି