Masthead

ଭାରତୀୟ ହକି ଟିମକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଇତିହାସ ରଚିଲା ଭାରତ । ଟୋକିଓ ଅଲିମ୍ପିକସରେ ଜର୍ମାନୀକୁ ହରାଇ ହାତେଇଲ ବ୍ରୋଞ୍ଜ । ପୁରୁଷ ହକିରେ ଜର୍ମାନୀକୁ ୫-୪ ଭାରତର ଦମଦାର ବିଜୟ । ଦିର୍ଘ ଚାରି ଦଶନ୍ଧି ପରେ ପଦକ ଆଣିଛି ଭାରତ । ୧୯୮୦ ମସିହା ମସ୍କୋ ଅଲମ୍ପିକସ୍ ପରେ କୌଣସି ପଦକ ଜିତିନଥିବା ଭାରତୀୟ  ହକି ଦଳ ଆଜି ପ୍ରତିଟି ଭାରତୀୟଙ୍କ ହୃଦୟ ଜିତିଛି ।

ଭାରତର ବିଜୟ ପରେ ହକିରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡା ହୋଇଛି ।ମ୍ୟାଚ୍ ଜିତିବା ପରେ ଚାରିଆଡୁ ପ୍ରଶଂସା ଓ ଶୁଭେଚ୍ଛାର ସୁଅ ଛୁଟିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମନ୍ତ୍ରୀ, ଖେଳାଳି ଆଦି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦଳକୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

ନବୀନ ଟ୍ୱିଟ୍ କରି କହିଛନ୍ତି ଯେ, ଭାରତୀୟ ହକି ଟିମକୁ ଅଭିନନ୍ଦନ । ଦଳ ଜବରଦସ୍ତ ବିଜୟ ହାସଲ କରି ୪୧ ବର୍ଷ ପରେ ଅଲିମ୍ପିକ୍ସରେ ପଦକ ଜିତିଛି । ଏହା ହେଉଛି ଐତିହାସିକ ବିଜୟ । ଏହି ବିଜୟ ଆଗାମୀ ଦିନରେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା