Masthead

ଓଡ଼ିଆ ହକି ଖେଳାଳୀଙ୍କୁ ବିମାନବନ୍ଦରରେ କରାଗଲା ଭବ୍ୟ ସ୍ୱାଗତ

ଭୁବନେଶ୍ଵର (ବଡ଼ ଖବର): ଟୋକିଓରେ ଟେକ ରଖି ସ୍ୱଦେଶ ଫେରିଛନ୍ତି ଭାରତୀୟ ଆଥଲେଟ୍ । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ଓଡ଼ିଆ ହକି ଖେଳାଳୀ । ସ୍ୱାଗତ ପାଇଁ ବିମାନବନ୍ଦରରେ ବ୍ୟାପକ ଆୟୋଜନ କରାଯାଇଥିଲା । ରାଜ୍ୟ ସରକାରଙ୍କ ପକ୍ଷରୁ ଖେଳାଳୀଙ୍କୁ ସ୍ୱାଗତ କରିବା ପାଇଁ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା, ଭିନିଲ କ୍ରିଷ୍ଣା, ଦିଲ୍ଲୀପ ତିର୍କୀ ଏବଂ ଅଭିଜିତ୍ ପଲ୍ ବିମାନବନ୍ଦରରେ ଉପସ୍ଥିତ ଥିଲେ । ଓଡିଆ ହକି ତାରକାଙ୍କୁ ଶୁଭେଚ୍ଛା ଜଣାଇବା ସହ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇ ସ୍ୱାଗତ କରାଯାଇଥିଲା । ପରିବାର ସଦସ୍ୟମାନେ ମଧ୍ୟ ବିମାନବନ୍ଦରରେ ଉପସ୍ଥିତ ରହିଥିଲେ ।

ଟୋକିଓ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଉଭୟ ଭାରତୀୟ ମହିଳା ଏବଂ ପୁରୁଷ ହକି ଦଳ । ଉଭୟ ପୁରୁଷ ଏବଂ ମହିଳା ହକି ଦଳରେ ଦୁଇ ଜଣ ଲେଖାଏଁ ଓଡିଆ ଖେଳାଳୀ ମଧ୍ୟ ରହିଥିଲେ । ପୁରୁଷ ଦଳରେ ଅମିତ ରୋହିଦାସ ଏବଂ ବିରେନ୍ଦ୍ର ଲାକ୍ରା ଦମଦାର ପ୍ରଦର୍ଶନ କରି ସମସ୍ତଙ୍କ ମନ ଜିଣିନେଇଥିବା ବେଳେ ମହିଳା ଦଳରେ ଦୀପଗ୍ରେସ୍ ଏକ୍କା ଏବଂ ନମିତା ଟପ୍ପୋ ଚମତ୍କାର ପ୍ରଦର୍ଶନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା