Masthead

ଓଡ଼ିଆ ହକି ଖେଳାଳୀଙ୍କୁ ବିମାନବନ୍ଦରରେ କରାଗଲା ଭବ୍ୟ ସ୍ୱାଗତ

ଭୁବନେଶ୍ଵର (ବଡ଼ ଖବର): ଟୋକିଓରେ ଟେକ ରଖି ସ୍ୱଦେଶ ଫେରିଛନ୍ତି ଭାରତୀୟ ଆଥଲେଟ୍ । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ଓଡ଼ିଆ ହକି ଖେଳାଳୀ । ସ୍ୱାଗତ ପାଇଁ ବିମାନବନ୍ଦରରେ ବ୍ୟାପକ ଆୟୋଜନ କରାଯାଇଥିଲା । ରାଜ୍ୟ ସରକାରଙ୍କ ପକ୍ଷରୁ ଖେଳାଳୀଙ୍କୁ ସ୍ୱାଗତ କରିବା ପାଇଁ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା, ଭିନିଲ କ୍ରିଷ୍ଣା, ଦିଲ୍ଲୀପ ତିର୍କୀ ଏବଂ ଅଭିଜିତ୍ ପଲ୍ ବିମାନବନ୍ଦରରେ ଉପସ୍ଥିତ ଥିଲେ । ଓଡିଆ ହକି ତାରକାଙ୍କୁ ଶୁଭେଚ୍ଛା ଜଣାଇବା ସହ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇ ସ୍ୱାଗତ କରାଯାଇଥିଲା । ପରିବାର ସଦସ୍ୟମାନେ ମଧ୍ୟ ବିମାନବନ୍ଦରରେ ଉପସ୍ଥିତ ରହିଥିଲେ ।

ଟୋକିଓ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଉଭୟ ଭାରତୀୟ ମହିଳା ଏବଂ ପୁରୁଷ ହକି ଦଳ । ଉଭୟ ପୁରୁଷ ଏବଂ ମହିଳା ହକି ଦଳରେ ଦୁଇ ଜଣ ଲେଖାଏଁ ଓଡିଆ ଖେଳାଳୀ ମଧ୍ୟ ରହିଥିଲେ । ପୁରୁଷ ଦଳରେ ଅମିତ ରୋହିଦାସ ଏବଂ ବିରେନ୍ଦ୍ର ଲାକ୍ରା ଦମଦାର ପ୍ରଦର୍ଶନ କରି ସମସ୍ତଙ୍କ ମନ ଜିଣିନେଇଥିବା ବେଳେ ମହିଳା ଦଳରେ ଦୀପଗ୍ରେସ୍ ଏକ୍କା ଏବଂ ନମିତା ଟପ୍ପୋ ଚମତ୍କାର ପ୍ରଦର୍ଶନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା