Masthead

୨୦୨୧-୨୨ ଶିକ୍ଷାବର୍ଷ ପାଇଁ ସର୍କୁଲାର ଜାରି, ନବମ ଓ ଦଶମ ଶ୍ରେଣୀ ପାଇଁ ନୂଆ ଯୋଜନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା କାଳରେ ବିକଳ୍ପ ପରୀକ୍ଷା ପଦ୍ଧତି ପାଇଁ ସର୍କୁଲାର ଜାରି କଲା ମାଧ୍ୟମିକ ଶିକ୍ଷା ପରିଷଦ । ୨୦୨୧-୨୨ ଶିକ୍ଷାବର୍ଷକୁ ଦୁଇଟି ଟର୍ମରେ କରାଗଲା ବିଭକ୍ତ, ନବମ ଓ ଦଶମ ଶ୍ରେଣୀ ପାଇଁ ନୂଆ ଯୋଜନା କରିଛି ବୋର୍ଡ । ମାଧ୍ୟମିକ ଶିକ୍ଷା ପରିଷଦ ଅନୁଯାୟୀ ନଭେମ୍ବର ୩ୟ ସପ୍ତାହରେ ଟର୍ମ-୧, ଏପ୍ରିଲ ଦ୍ୱିତୀୟ ସପ୍ତାହରେ ଟର୍ମ-୨ ପରୀକ୍ଷା କରାଯିବ। ପ୍ରତି ଟର୍ମ ଭିତରେ ଦୁଇଟି ଲେଖାଏଁ ଫର୍ମାଟିଭ ଟେଷ୍ଟ କରାଯିବ।

ଇଣ୍ଟରନାଲ ଆସେସମେଣ୍ଟର ୪ଟି ଫର୍ମାଟିଭ ଟେଷ୍ଟ ୨୦ ମାର୍କ ବିଶିଷ୍ଟ ରହିବ । ମାତ୍ର ୱେଟେଜ୍ ଅନୁସାରେ ଇଣ୍ଟରନାଲ ଆସେସମେଣ୍ଟକୁ ମୋଟ ୨୦ ପ୍ରତିଶତ ମାର୍କ ମିଳିବ । ଟର୍ମ-୧ ୱେଟେଜ୍ ୩୦ ପ୍ରତିଶତ ଓ ଟର୍ମ-୨ ୱେଟେଜ୍ ୫୦ ପ୍ରତିଶତ ଗ୍ରହଣ କରାଯିବ। ୨୦୨୧-୨୨ର ଶିକ୍ଷାବର୍ଷ ଜୁଲାଇରୁ ଆରମ୍ଭ ହୋଇ ଏପ୍ରିଲରେ ସରିବ । ଏହାକୁ ଦୁଇଟି ଟର୍ମରେ ବିଭକ୍ତ କରାଯାଇଛି ।

ପ୍ରଥମ ଟର୍ମ ଜୁଲାଇରୁ ନଭେମ୍ବର ଓ ଦ୍ୱିତୀୟ ଟର୍ମ ଡିସେମ୍ବରରୁ ଏପ୍ରିଲ ଯାଏଁ ଚାଲିବ । ପାଠ୍ୟକ୍ରମର ୫୦ ପ୍ରତିଶତ ପ୍ରତି ଟର୍ମରେ ପଢ଼ାଯିବ । ଗତବର୍ଷ ଭଳି ପାଠ୍ୟକ୍ରମ କମ୍ ରହିବ । ତେବେ ପାଠ୍ୟକ୍ରମ କେତେ ରହିବ ଓ କ’ଣ ରୁପରେଖ ରହିବ, ସେନେଇ ବୋର୍ଡ ଖୁବଶୀଘ୍ର ବିଜ୍ଞପ୍ତି ଜାରି କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ