Masthead

ଖୋଲିଲା ଶ୍ରୀମନ୍ଦିର

ପୁରୀ(ବଡ଼ ଖବର ବ୍ୟୁରୋ): ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର । ଆଜିଠାରୁ ସେବାୟତଙ୍କ ପରିବାରକୁ ଦର୍ଶନ ଅନୁମତି । ଆଜି ଓ ଆସନ୍ତାକାଲି ସେବାୟତଙ୍କ ପରିବାର ଜଗା ଦର୍ଶନ କରିବେ । ସେବାୟତଙ୍କ ପରିବାର ସଦସ୍ୟ ନିଜର ପରିଚୟପତ୍ର ଦେଖାଇ ମନ୍ଦିରକୁ ପ୍ରବେଶ କରିପାରିବେ । ଯେକୌଣସି ଦ୍ୱାର ଦେଇ ସେମାନେ ମନ୍ଦିର ଭିତରେ ପ୍ରବେଶ କରିପାରିବେ । ୨୩ରୁ ଆରମ୍ଭ ହେବ ସାଧାରଣ ଦର୍ଶନ. ପୁରୀ ଶ୍ରୀମନ୍ଦିର ଖୋଲିବା ନେଇ ଜାରି ହୋଇଛି ଏସ୍ଓପି ।

ଶନିବାର ଓ ରବିବାର ସଟ୍ଡାଉନ୍ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବାପରେ ଅଗଷ୍ଟ ୧୬ରୁ ୨୦ ତାରିଖ ପୁରୀବାସୀ ମହାପ୍ରଭୁଙ୍କ ଦର୍ଶନ କରିବେ । ଅଗଷ୍ଟ ୨୩ରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ପ୍ରତିଦିନ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ୧୨ ଘଣ୍ଟା ଖୋଲା ରହିବ । ଅଗଷ୍ଟ ୩୦ ତାରିଖ ଜନ୍ମାଷ୍ଟମୀ ଓ ସେପ୍ଟେମ୍ବର ୧୦ ତାରିଖ ଗଣେଶ ପୂଜାରେ ଶ୍ରୀମନ୍ଦିର ବନ୍ଦ ରହିବ । ସେହିପରି ସାନିଟାଇଜ୍ ପାଇଁ ଶନିବାର ଓ ରବିବାର ମଧ୍ୟ ମନ୍ଦିର ବନ୍ଦ ରହିବ ।

ମନ୍ଦିର ଭିତରେ ଓ ବାହାରେ ସମସ୍ତ ଭକ୍ତ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ମନ୍ଦିର ଭିତରକୁ ପ୍ରବେଶ ପୂର୍ବରୁ ସବୁ ଶ୍ରଦ୍ଧାଳୁ ହାତ ସାନିଟାଇଜ୍ କରିବେ । ଭକ୍ତମାନେ ମନ୍ଦିର ଭିତରେ କୌଣସି ଦେବାଦେବୀଙ୍କୁ ସ୍ପର୍ଶ କରିବେ ନାହିଁ । ମନ୍ଦିର ଭିତରକୁ ଫୁଲ, ଭୋଗ କିମ୍ବା ଦୀପ ନେବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ