ଟ୍ରେନ ଧକ୍କାରେ ଯୁବକ ମୃତ

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ଟେନ ଧକ୍କାରେ ଯୁବକ ମୃତ୍ୟୁ । ମୟୂରଭଞ୍ଜ ଜିଲ୍ଲା ବାରିପଦା ରେଲୱେ ଷ୍ଟେସନ ନିକଟରେ ଟ୍ରେନ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ସୁନଗଡିଆ ସାହିର ରବୀନ୍ଦ୍ର ସିଂ । ରାତ୍ରି ପ୍ରାୟ ୩.୩୦ମି. ସମୟରେ ଟ୍ରେନ୍ ଲାଇନରେ ଶୌଚ ହୋଇ ଘରକୁ ଫେରୁଥିବା ସମୟରେ ବାରିପଦା-ଶାଲିମାର ସୁପରଫାଷ୍ଟ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା ।

ଏଭଳି ଦୁଃଖଦ ଘଟଣାରେ କୌଣସି ପୋଲିସ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ନଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆକ୍ରୋଶ ଦେଖାବାକୁ ମିଳିଛି। ମୃତ ଯୁବକ ଜଣକ ଏକ ମୁଟିଆ ଭାବରେ ନିଜର ପରିବାରର ଜୀବନଜୀବିକା ନିର୍ଭରଶୀଳ ଥିବାରୁ ଏବେ ଶୋକାକୁଳ ପରିବାର ଚିନ୍ତାରେ। ଏନେଇ ପରିବାର ଲୋକଙ୍କ ପକ୍ଷରୁ କ୍ଷତି ପୂରଣ ପାଇଁ ପ୍ରଶାସନକୁ ଦାବି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ