Masthead

ଆନ୍ଧ୍ରର କୋଟିଆ ଦଖଲ ଉଦ୍ୟମ

କୋଟିଆ (ବଡ଼ ଖବର ବ୍ୟୁରୋ): କୋଟିଆ ଦଖଲ ପାଇଁ ବାହାରିଲେ ସାଲୁର ବିଧାୟକ । କୋରାପୁଟ ଜିଲ୍ଲା ପଟାଙ୍ଗି ବ୍ଲକର କୋଟିଆ ଗ୍ରାମପୁଞ୍ଜକୁ ଦଖଲ କରିବା ପାଇଁ ଅଣ୍ଟା ଭିଡିଛନ୍ତି ସାଲୁର ବିଧାୟକ ରାଜାନ୍ନା ଦୋରା ପିଡିକା । ଅଗଷ୍ଟ ୧୬ରେ ସେ ଯିବେ ଫଗୁଣସିନେରି ଓ ଫାଟୁସିନେରି । ବିଭିନ୍ନ ସରକାରୀ କାର୍ଯ୍ୟକ୍ରମର ସେଠାରେ ସେ କରିବେ ଶୁଭାରମ୍ଭ ।

ରାସ୍ତାକଡରେ ବୃକ୍ଷରୋପଣ, ପ୍ରାଥମିକ ସ୍କୁଲ, ଅଙ୍ଗନବାଡି କେନ୍ଦ୍ର ଓ କମ୍ୟୁନିଟି ସେଣ୍ଟର ଭୂମିପୂଜା କରିବେ ସାଲୁର ବିଧାୟକ । ଏହି କାର୍ଯ୍ୟକ୍ରମରେ ପାର୍ବତୀପୁରମ ପିଡି, ଉପଜିଲ୍ଲାପାଳ, ପୋଲିସ ଫୋର୍ସ ସହ ଯୋଗଦେବେ । ଅଗଷ୍ଟ ୧୫ରେ କୋଟିଆର ୨୨ଟି ଗାଁରେ ତେଲୁଗୁ ଭାଷାରେ ଫଳକ ମାରିବାକୁ ଆନ୍ଧ୍ର ଯୋଜନା କରିଛି । ତେଣେ କୋରାପୁଟ ଜିଲ୍ଲା ପ୍ରଶାସନ ହାତଯୋଡି ବସିଛି । କୋଟିଆରେ ୭୫ତମ ସ୍ୱାଧୀନତା ଦିବସ କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳନ କରାଯିବ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!