Masthead

୧୪ ଅଗଷ୍ଟକୁ ବିଭାଜନ ବିଭୀଷିକା ସ୍ମୃତି ଦିବସ ଭାବେ ପାଳନ କରାଯିବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା । ଅଗଷ୍ଟ ୧୪ ତାରିଖରେ ପାଳନ କରାଯିବ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ । ଏନେଇ ଟ୍ୱିଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଦେଶ ବିଭାଜନର ଯନ୍ତ୍ରଣା କେବେ ବି ଭୁଲି ହେବନି । ଘୃଣା ଓ ହିଂସା ହେତୁ ଆମର ଭାଇ ଭଉଣୀ ମାନଙ୍କ ମଧ୍ୟରୁ ଲକ୍ଷ ଲକ୍ଷ ଲୋକ ବିସ୍ଥାପିତ ହୋଇଥିଲେ ତଥା ପ୍ରାଣ ମଧ୍ୟ ହରାଇଥିଲେ । ଆଉ ସେହି ଲୋକଙ୍କ ସଂଗ୍ରାମ ଓ ବଳିଦାନକୁ ମନେପକାଇ ଅଗଷ୍ଟ ୧୪କୁ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ଭାବେ ପାଳନ କରବିାକୁ ନିଷ୍ପତ୍ତି ନିଆଯାଇଛି ।

ଏହି ଦିନ ଆମକୁ କେବଳ ଭେଦଭାବ, ଶତ୍ରୁତା ଏବଂ ଅନୈତିକତାର ବିଷ ଦୂର କରିବାକୁ ପ୍ରେରଣା ଦେବ ନାହିଁ ବରଂ ଏହା ଏକତା, ସାମାଜିକ ସୌହାର୍ଦ୍ଦ୍ୟ ଏବଂ ମାନବ ସମ୍ବେଦନଶୀଳତାକୁ ମଧ୍ୟ ଦୃଢ଼ କରିବ ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି । ଉଲ୍ଲେଖଯୋଗ୍ୟ, ଅଗଷ୍ଟ ୧୪, ୧୯୪୭ ରେ ଭାରତ ଏବଂ ପାକିସ୍ତାନ ବିଭାଜିତ ହୋଇଥିଲେ। ପାକିସ୍ତାନ ଏବେ ଅଗଷ୍ଟ ୧୪କୁ ଏହାର ସ୍ୱାଧୀନତା ଦିବସ ଭାବେ ପାଳନ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!