ହିନ୍ଦୁ-ଶିଖମାନଙ୍କୁ ଭାରତରେ ଆଶ୍ରୟ: ପ୍ରଧାନମନ୍ତ୍ରୀ

(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନର ହିନ୍ଦୁ ଏବଂ ସିଖ୍ ମାନଙ୍କୁ ଭାରତରେ ଆଶ୍ରୟ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ । ଭାରତର ନାଗରିକତ୍ୱ ଗ୍ରହଣ କରିବାକୁ ଚାହୁଁଥିବା ଆଫଗାନିସ୍ତାନର ସଂଖ୍ୟା ଲଘୁଙ୍କୁ ଭାରତ ଆଶ୍ରୟ ଦେବ । ଆଫଗାନିସ୍ତାନକୁ ତାଲିବନ ନିଜ ଦଖଲକୁ ନେଇଛି । ଆତଙ୍କର ବାତାବରଣ ଥିବାରୁ ଆଫଗାନିସ୍ତାନରେ ରହୁିଥିବା ସଂଖ୍ୟା ଲଘୁ ଏବେ ଭାରତରେ ଆଶ୍ରୟ ନେବା ପାଇଁ ଆବେଦନ କରୁଛନ୍ତି ।

ଏହାକୁ ନଜରରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ  ଏକ ବୈଠକ ବସିଥିଲା । ତେବେ ବୈଠକରେ ଏହି ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଭାରତର ନାଗରିକତ୍ୱ ଗ୍ରହଣ କରିବାକୁ ଚାହୁଁଥିବା ସେଠିକାର ସଂଖ୍ୟା ଲଘୁ ଶ୍ରେଣୀରେ ଥିବା ଶିଖ ଏବଂ ହିନ୍ଦୁମାନଙ୍କୁ ଆଶ୍ରୟ ଦେବା ପାଇଁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆଫଗାନିସ୍ତାନରେ ଥିବା ଭାରତୀୟ ନାଗରିକମାନଙ୍କୁ ନିରାପଦ ସ୍ଥାନାନ୍ତର ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ବୈଠକରେ ଉପସ୍ଥିତ ଥିବା ସମ୍ପୃକ୍ତ ଅଧିକାରୀମାନଙ୍କୁ କହିଛନ୍ତି। ସୁରକ୍ଷା କ୍ୟାବିନେଟ କମିଟିର ଏକ ବୈଠକରେ ଅଧ୍ୟକ୍ଷତା କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଭାରତ ଆଫଗାନିସ୍ତାନର ଭାଇ ଓ ଭଉଣୀମାନଙ୍କୁ ସହାୟତା କରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ