Masthead

ପଶ୍ଚିମବଙ୍ଗ ହିଂସା ମାମଲା: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କୋଲକାତା(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ନିର୍ବାଚନ ପରବର୍ତ୍ତୀ ହିଂସାକୁ ନେଇ ରାୟ ଦେଇଛନ୍ତି କୋଲକାତା ହାଇକୋର୍ଟ । ମାମଲାର ଶୁଣାଣି କରି ହାଇକୋର୍ଟ ଏହି ମାମଲାର ସିବିଆଇ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ହତ୍ୟା, ଦୁଷ୍କର୍ମ ଓ ଅସ୍ୱାଭାବିକ ମୃତ୍ୟୁ ଭଳି ଗୁରୁତର ଅପରାଧ ଘଟାଇଥିବା ମାମଲାର ସିବିଆଇ ତଦନ୍ତ କରିବ ।

ଏହି ଘଯଣାକୁ ବାଦ ଦେଇ ଅନ୍ୟ ହିଂସାକାଣ୍ଡକୁ ମଧ୍ୟ ଏସଆଇଟିର ୩ଜଣିଆ ଟିମ ଯାଞ୍ଚ କରିବ । ଯେଉଁ ଟିମରେ କୋଲକାତା ପୋଲିସ କମିଶନର ସୌମେନ ମିତ୍ର ଓ ରାଜ୍ୟ ପୋଲିସ ନିର୍ଦ୍ଦେଶକ ସୁମନ ବାଲା ସାହୁ ରହିଛନ୍ତି । ଗୁରୁବାର କୋଲକାତା ହାଇକୋର୍ଟର ୫ଜଣିଆ ଖଣ୍ଡପୀଠ ଏହାର ଶୁଣାଣୀ କରିଥିଲେ ।

ତେବେ ମତଦାନ ପରେ ହୋଇଥିବା ହିଂସାକାଣ୍ଡରେ ପିଡ଼ୀତ ମାନଙ୍କୁ ତୁରନ୍ତ କ୍ଷତିପୂରଣ ଦେବାକୁ ମଧ୍ୟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ତେବେ ଆସନ୍ତା ୬ ସପ୍ତାହ ମଧ୍ୟରେ ସିବିଆଇ ଓ ଏସଆଇଟି ଟିମ ହିଂସାର ତଦନ୍ତ କରି ରିପୋର୍ଟ ଦାଖଲ କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ରିପୋର୍ଟ ଦାଖଲ ହେବା ପରେ ଅକ୍ଟୋବର ୨୪ରେ ହାଇକୋର୍ଟର ଏକ ଅଲଗା ବେଞ୍ଚ ମାମଲାର ପରବର୍ତ୍ତୀ ଶୁଣାଣି କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ