Masthead

କଲ୍ୟାଣ ସିଂଙ୍କୁ ଲକ୍ଷ୍ନୌରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପରଲୋକରେ କଲ୍ୟାଣ ସିଂ । ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ, ରାଜସ୍ଥାନର ପୂର୍ବତନ ରାଜ୍ୟପାଳ ତଥା ବିଜେପିର ବର୍ଷୀୟାନ ନେତା କଲ୍ୟାଣ ସିଂହଙ୍କ ଗତକାଲି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ଲକ୍ଷ୍ନୌ ସ୍ଥିତ ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ୍ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସରେ ସେ ଚିକିତ୍ସିତ ହେଉଥିଲେ । ଜୁଲାଇ ୪ ତାରିଖରେ ସେ ଗୁରୁତର ହୋଇ ପଡିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିନଥିଲା । ଗତ ଶୁକ୍ରବାର ଠାରୁ ଅଧିକ ଗୁରୁତର ହୋଇ ଯାଇଥିଲେ କଲ୍ୟାଣ ସିଂହ, ତାଙ୍କର ଡାଇଲିସିସ କରାଯାଉଥିଲା ।

ଏକ ଡାକ୍ତରୀ ଟିମ୍ ଅଧୀନରେ ତାଙ୍କର ଚିକିତ୍ସା କରାଯାଉଥିଲା । ତେବେ ମଲ୍ଟି ଅର୍ଗାନ ଫେଲ୍ୟୁଅର ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ହସପିଟାଲ ପକ୍ଷରୁ କୁହାଯାଇଛି । ତେବେ କଲ୍ୟାଣ ସିଂହଙ୍କ ମୃତ୍ୟୁରେ ବିଜେପି ମହଲରେ ଶୋକର ଛାୟା ଖେଳିଯାଇଛି । ଉତ୍ତରପ୍ରଦେଶରେ ତିନିଦିନିଆ ଶୋକ ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଉତ୍ତରପ୍ରଦେଶର ବିକାଶରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା । ବିଜେପି ରାଷ୍ଟ୍ରୀୟ ଜେପି ନଡ୍ଡା କହିଛନ୍ତି, ରାଜନୀତିର ଗୋଟିଏ ଯୁଗର ଅନ୍ତ ହୋଇଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି । ଆଜି ସକାଳ ୯ ଟା ୩୦ ମିନିଟ୍ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍ଷ୍ନୌରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଚଳୀ ଅର୍ପଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ