Masthead

କଲ୍ୟାଣ ସିଂଙ୍କୁ ଲକ୍ଷ୍ନୌରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପରଲୋକରେ କଲ୍ୟାଣ ସିଂ । ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ, ରାଜସ୍ଥାନର ପୂର୍ବତନ ରାଜ୍ୟପାଳ ତଥା ବିଜେପିର ବର୍ଷୀୟାନ ନେତା କଲ୍ୟାଣ ସିଂହଙ୍କ ଗତକାଲି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ଲକ୍ଷ୍ନୌ ସ୍ଥିତ ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ୍ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସରେ ସେ ଚିକିତ୍ସିତ ହେଉଥିଲେ । ଜୁଲାଇ ୪ ତାରିଖରେ ସେ ଗୁରୁତର ହୋଇ ପଡିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିନଥିଲା । ଗତ ଶୁକ୍ରବାର ଠାରୁ ଅଧିକ ଗୁରୁତର ହୋଇ ଯାଇଥିଲେ କଲ୍ୟାଣ ସିଂହ, ତାଙ୍କର ଡାଇଲିସିସ କରାଯାଉଥିଲା ।

ଏକ ଡାକ୍ତରୀ ଟିମ୍ ଅଧୀନରେ ତାଙ୍କର ଚିକିତ୍ସା କରାଯାଉଥିଲା । ତେବେ ମଲ୍ଟି ଅର୍ଗାନ ଫେଲ୍ୟୁଅର ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ହସପିଟାଲ ପକ୍ଷରୁ କୁହାଯାଇଛି । ତେବେ କଲ୍ୟାଣ ସିଂହଙ୍କ ମୃତ୍ୟୁରେ ବିଜେପି ମହଲରେ ଶୋକର ଛାୟା ଖେଳିଯାଇଛି । ଉତ୍ତରପ୍ରଦେଶରେ ତିନିଦିନିଆ ଶୋକ ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଉତ୍ତରପ୍ରଦେଶର ବିକାଶରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା । ବିଜେପି ରାଷ୍ଟ୍ରୀୟ ଜେପି ନଡ୍ଡା କହିଛନ୍ତି, ରାଜନୀତିର ଗୋଟିଏ ଯୁଗର ଅନ୍ତ ହୋଇଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି । ଆଜି ସକାଳ ୯ ଟା ୩୦ ମିନିଟ୍ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍ଷ୍ନୌରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଚଳୀ ଅର୍ପଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା