Masthead

ଭୁବନେଶ୍ୱରରେ ଖୋଲିଲା ସବୁ ଧର୍ମାନୁଷ୍ଠାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ସୋମବାରଠୁ ଖୋଲିଲା ସବୁ ଧର୍ମାନୁଷ୍ଠାନ । ମହାମାରୀ କାରଣରୁ ରାଜଧାନୀରେ ପ୍ରାୟ ୩ ମାସ ଧରି ସବୁ ମନ୍ଦିର ଓ ଧର୍ମାନୁଷ୍ଠାନ ବନ୍ଦ ରହିଥିଲା । ମନ୍ଦିରରେ ଏକାଥରେ ୨୫ ଜଣ ଭକ୍ତ ପ୍ରବେଶ କରିପାରିବେ । ବରିଷ୍ଠ ନାଗରିକ, ଛୋଟ ଶିଶୁ, ଗର୍ଭବତୀ ମହିଳାଙ୍କୁ ମନ୍ଦିରକୁ ନ ଆଶିବାକୁ ପରାମର୍ଶ ଦିଆଯିଛି ।

ସବୁ ଧର୍ମନୁଷ୍ଠାନ ପ୍ରବେଶ ପଥରେ ସାନିଟାଇଜ ରଖିବା ପାଇଁ ନିର୍ଦ୍ଦେଶ ରହିଛି । ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ତେବେ କେବଳ ଡବଲ ଡୋଜ୍ ଟିକା ନେଇଥିବା ଭକ୍ତଙ୍କୁ ହିଁ ଧର୍ମାନୁଷ୍ଠାନକୁ ପ୍ରବେଶ କରୁଛନ୍ତି। କୋଭିଡ କୋହଳ ହେବା ପରେ ଅନ୍ୟ ଜିଲ୍ଲାରେ ପର୍ଯ୍ୟାୟକ୍ରମେ ମନ୍ଦିର ଖୋଲିଥିଲା ।

ତେବେ ସଂକ୍ରମଣ ସ୍ଥିର ରହିବା ପରେ ଆଜିଠୁ ମନ୍ଦିର, ମସ୍ ଜିଦ, ଚର୍ଚ୍ଚ, ଗୁରୁଦ୍ୱାର ସହ ଅନ୍ୟ ଧର୍ମାନୁଷ୍ଠାନ ଖୋଲିବା ପାଇଁ ନିଷ୍ପତ୍ତି ନେଇଥିଲା ବିଏମସି । ସେପଟେ ଶ୍ରୀ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ନିଷ୍ପତ୍ତି ଅନୁସାରେ ସେପ୍ଟେମ୍ବର ମାସ ୧ ତାରିଖରେ ମନ୍ଦିର ଖୋଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା