Masthead

ରାଜନୀତି ପାଇଁ କଂଗ୍ରେସ କରୁଛି ହାଥରସ ଯାତ୍ରା: ସ୍ମୁତି ଇରାନୀ

ଲକ୍ଷ୍ନୌ (ବଡ଼ ଖବର ବ୍ୟୁରୋ): ହାଥରସ ଗଣବଳାତ୍କାର ଘଟଣା ସାରା ଦେଶରେ ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । ଏହି ଘଟଣାକୁ ନେଇ ରାଜନୀତି ମଧ୍ୟ ବେଶ ସରଗରମ ହେବାରେ ଲାଗିଛି । ଅନ୍ୟପଟେ ଘଟଣାକୁ ନେଇ ଯୋଗୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ । ଅନ୍ୟପଟେ ଯୋଗୀ ସରକାରଙ୍କ ସପକ୍ଷରେ ସ୍ୱର ଉଠାଇଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୁତି ଇରାନୀ । ସେ ତାଙ୍କ ବୟାନରେ କହିଛନ୍ତି, କଂଗ୍ରେସର ରଣନୀତିକୁ ସାଧାରଣ ଲୋକ ବୁଝିପାରୁ ନାହାନ୍ତି । କଂଗ୍ରେସ ନ୍ୟାୟ ପାଇଁ ନୁହଁ ବରଂ ରାଜନୀତି ଫାଇଦା ପାଇଁ ହାଥରସ ଯାତ୍ରା ଆରମ୍ଭ କରିଛି ।
ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛନ୍ତି ସ୍ମୁତି ଇରାନୀ । ପୀଡ଼ିତାଙ୍କ ପରିବାରକୁ ଉଚିତ ନ୍ୟାୟ ମିଳିବ ବୋଲି ଯୋଗୀ ସ୍ମୁତି ଇରାନୀଙ୍କୁ ଶୁନିଶ୍ଚିତ କରି କହିଛନ୍ତି । ଏହି ଘଟଣାରେ ସେ କଂଗ୍ରେସର ରଣନୀତି ସମ୍ପର୍କରେ ସ୍ପଷ୍ଟ କରିଛନ୍ତି । କଂଗ୍ରେସ ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ପାଇଁ ନୁହଁ ବରଂ ତାର ରାଜନୈତିକ ଫାଇଦା ପାଇଁ ସେ ଏହି ପଦଯାତ୍ରା ଆରମ୍ଭ କରିଛି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ