Masthead

ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଘର

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଘର ତିଆରି କରିବା ପାଇଁ ସହାୟତା ମିଳିବ । ଘର ତିଆରି ପାଇଁ ୨ଲକ୍ଷ ଲେଖାଏଁ ଟଙ୍କା ଦିଆଯିବ । ଘର ସମ୍ପୂର୍ଣ୍ଣ କରିବା ପାଇଁ ଆବଶ୍ୟକ ଅବଶିଷ୍ଠ ଟଙ୍କା ସେବାୟତ ପରିବାର ଯୋଗାଡ଼ କରିବେ । ପ୍ରଥମ ପର୍ଯ୍ୟାୟରେ ୪୦୦ ପରିବାରକୁ ମିଳିବ ଏହି ସୁବିଧା । ସେବାୟତଙ୍କ ଘର ନିର୍ମାଣ ପାଇଁ ୮ଏକର ଜମିର ବ୍ୟବସ୍ଥା କରାଯିବ । ପ୍ରତି ପରିବାରକୁ ମିଳିବ ୬ଶହ ବର୍ଗଫୁଟ ଜାଗା । ସେବାୟତମାନଙ୍କଠାରୁ ଆବେଦନପତ୍ର ଆହ୍ୱାନ କରାଯିବ । ଆବେଦନକାରୀ ଅଧିକ ହେଲେ ଲଟେରୀ ହେବ ।

ସେହିପରି ଆସନ୍ତା ଶିକ୍ଷାବର୍ଷରୁ ପୁରୀରେ ହେବ ଗୁରୁକୁଳ । ଶ୍ରୀମନ୍ଦିର ମାଟିତୋଟାରେ ହେବ ଗୁରୁକୁଳ । ଏଣିକି ମନ୍ଦିର ପରିଚାଳନା ପାଇଁ ୫ବର୍ଷିୟା ଯୋଜନା ପ୍ରସ୍ତୁତ ହେବ । ପୁରୀ ଶ୍ରୀମନ୍ଦିର ନୂତନ ପରିଚାଳନା କମିଟିର ପ୍ରଥମ ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକ ଶେଷରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଏହି ସୂଚନା ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ଖୁବଶୀଘ୍ର ତୃତୀୟ ବିଶ୍ୱଯୁଦ୍ଧ! 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ