Masthead

ପାକିସ୍ତାନ ଆମର ଦ୍ୱିତୀୟ ଘର: ତାଲିବାନ

(ବଡ଼ ଖବର ବ୍ୟୁରୋ): ପାକିସ୍ତାନ ତାଲିବାନର ଦ୍ୱିତୀୟ ଘର । ଏକଥା ଖୋଦ ତାଲିବାନ ସ୍ୱୀକାର କରିଛି । ଏକା ପାକିସ୍ତାନୀ ନ୍ୟୁଜ୍ ଚ୍ୟାନେଲକୁ ସାକ୍ଷାତକାର ଦେଇ ତାଲିବାନର ମୁଖପାତ୍ର ମୁଜାହିଦ୍ ଏହା କହିଛନ୍ତି । ମୁଜାହିଦ୍ ଅନୁସାରେ ପାକିସ୍ତାନ ଆଫଗାନିସ୍ତାନର ପଡୋଶୀ ଦେଶ । ପାକିସ୍ତାନ ସହିତ ଆଫଗାନିସ୍ତାନର ସୀମା ଲାଗିଛି । ଏଣୁ ଆମେ ପାକିସ୍ତାନ ସହିତ ରଣନୈତିକ ଓ କୂଟନୈତିକ ସମ୍ପର୍କ ରଖିବୁ ।

ପାକିସ୍ତାନ ତାଲିବାନର ଦ୍ୱିତୀୟ ଘର । ଦୁଇ ଦେଶର ଧର୍ମ ଗୋଟିଏ । ତେଣୁ ଆମେ ସେମାନଙ୍କ ସହିତ ମିଶିଯାଇଥାଉ। ତେଣୁ ଆମେ ଦୁଇ ଦେଶ ମଧ୍ୟରେ ଉତ୍ତମ ସମ୍ପର୍କ ସ୍ଥାପନା ଚାହିଁବୁ । ଏହା ସହ ମୁଜାହିଦ କହିଛନ୍ତି ଯେ, ଆଫଗାନିସ୍ତାନ ଉପରେ ତାଲିବାନ କବଜାରେ ପାକିସ୍ତାନର କୌଣସି ଭୂମିକା ନାହିଁ । ପାକିସ୍ତାନ କେବେ ମଧ୍ୟ ଆଫଗାନିସ୍ତାନର ଆଭ୍ୟନ୍ତରୀଣ ମାମଲାରେ ହସ୍ତକ୍ଷେପ କରେ ନାହିଁ ବୋଲି ସେ କହିଛନ୍ତି ।

ଭାରତ ସହିତ ସମ୍ପର୍କ ଉପରେ ପ୍ରଶ୍ନର ଉତ୍ତର ଦେଇ ତାଲିବାନ ମୁଖପାତ୍ର କହିଥିଲେ ଯେ, ଭାରତ ଏହି ଅଞ୍ଚଳର ଏକ ବଡ ଦେଶ । ଆମେ ଭାରତ ସହିତ ବାକି ଦେଶଙ୍କ ସହିତ ଉତ୍ତମ ସମ୍ପର୍କ ରକ୍ଷା କରିବାକୁ ଚାହୁଁ । ଭାରତକୁ ଆଫଗାନିସ୍ତାନୀଙ୍କ ହିତକୁ ଦୃଷ୍ଟିରେ ରଖି ନିଜ ନୀତି ନିର୍ଧାରଣ କରିବାକୁ ପଡିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ