Masthead

୨ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଧୀରେଧୀରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି। ଫଳରେ ରାଜ୍ୟରେ କିଛି କିଛି ସ୍ଥାନରେ ବର୍ଷା ହେଉଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାରକୁ ଲଘୁଚାପରେ ପରିଣତ ହେବ। ରବିବାର ମଧ୍ୟ ବର୍ଷା ଲାଗି ରହିବ ।

ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପାଣିପାଗ ବିଭାଗ ପୂର୍ବାନୁମାନ ହେଲା, ଶୁକ୍ରବାର ରାତିରୁ ଅନେକ ଜାଗାରେ ବର୍ଷା ଆରମ୍ଭ ହୋଇଯାଇଛି । ଶନିବାର ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜାଗାରେ ବର୍ଷା ହେବ । ଉତ୍ତର ଓଡ଼ିଶାର ଅନେକ ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ ।

ଏହାବାଦ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ମାତ୍ର ସୋମବାରଠାରୁ ବର୍ଷା ପରିମାଣ କ୍ରମଶଃ କମିବ । ବଡ଼ ବର୍ଷା ସମ୍ଭାବନା ସୋମବାରଠାରୁ ରହିବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା