Masthead

ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ମଧ୍ୟାହ୍ନଭୋଜନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏଥର ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ବି ମିଳିବ ମଧ୍ୟାହ୍ନଭୋଜନ । ଏହା ପ୍ରଥମେ କେନ୍ଦୁଝର ଜିଲ୍ଲାରେ ଆରମ୍ଭ ହେବାକୁ ଯାଉଛି । ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସହ ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟ ଦିଆଯିବ ମଧ୍ୟାହ୍ନଭୋଜନ ।

୨୦୨୧-୨୨ ଶିକ୍ଷାବର୍ଷରେ ଜିଲ୍ଲା ଖଣିଜ ପାଣ୍ଠି(ଡିଏମ୍‌ଏଫ୍‌)ରୁ ପ୍ରଥମେ କେନ୍ଦୁଝର ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଏହାଦ୍ବାରା ଜିଲ୍ଲାର ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ। ଏଥିସହ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନଭୋଜନ ଦିଆଯିବା ନେଇ ଆଲୋଚନା ଆରମ୍ଭ ହୋଇଛି। ଯଦି ସବୁ କିଛି ଠିକ ଭାବେ ଚାଲେ, ତେବେ ୨୦୨୨-୨୩ ଶିକ୍ଷାବର୍ଷରୁ ରାଜ୍ୟର ସମସ୍ତ ସରକାରୀ ହାଇସ୍କୁଲରେ ଏହି ସୁବିଧା ଉପଲବ୍ଧ କରିବାକୁ ଲକ୍ଷ୍ୟ ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ