Masthead

କାବୁଲ ଏୟାରପୋର୍ଟରେ ଏୟାରଷ୍ଟ୍ରାଇକ୍: ଆତଙ୍କୀଙ୍କୁ ଟାର୍ଗେଟ କରି ଆମେରିକାର ରକେଟ୍ ମାଡ଼

(ବଡ଼ ଖବର ବ୍ୟୁରୋ): ପୁଣି ଥରିଲା କାବୁଲ ଏୟାରପୋର୍ଟ । କାବୁଲ ଏୟାରପୋର୍ଟରେ ରକେଟ ମାଡ କରିଛି ଆମେରିକା । ଆଫଗାନିସ୍ତାନର ରାଜଧାନୀ କାବୁଲସ୍ଥିତ ହମିଦ୍ କାରଜାଇ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ଅନ୍ତର୍ଜାତୀୟ ଗଣମାଧ୍ୟମର ଖବର ଅନୁସାରେ ଆଇଏସଆଇଏସ-ଖୁରାସନ ଆତଙ୍କବାଦୀଙ୍କ ଗାଡିକୁ ଟାର୍ଗେଟ କରି ଏୟାରଷ୍ଟ୍ରାଇକ କରିଛି ଆମେରିକା । ଆଇଏସଆଇଏସ-କେ ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା କାବୁଲ ବିମାନବନ୍ଦର । କାବୁଲ ଏୟାରପୋର୍ଟକୁ ଆତଙ୍କବାଦୀ ଆସୁଥିବା ଗାଡିକୁ ଚିହ୍ନଟ କରିବା ପରେ ରକେଟ୍ ମାଡ କରିଛନ୍ତି ଆମେରିକା ସେନା । ଏହି ପାଲଟା ଆକ୍ରମଣରେ ଜଣେ ଶିଶୁ ସମେତ ୨ ଜଣଙ୍କ ମୃତ୍ୟୁ ଓ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି ।

ରକେଟ ମାଡରେ ସମଗ୍ର ଅଞ୍ଚଳ ଧୂଆଁ ମୟ ହୋଇଯାଇଥିଲା । ଜନବସତି ଉପରେ ଆକ୍ରମଣ ହୋଇଥିବାରୁ ଆତଙ୍କିତ ହୋଇପଡିଛନ୍ତି ଲୋକେ । ଏହାପୂର୍ବରୁ କାବୁଲ ବିମାନବନ୍ଦର ନିକଟରେ ଗୁରୁବାର ସିରିଜ୍ ବିସ୍ଫୋରଣ ହୋଇଥିଲା । ଏଥିରେ ୧୬୯ ଆଫଗାନ ନାଗରିକଙ୍କ ସମେତ ୧୩ ଆମେରିକୀୟ ସୈନ୍ୟଙ୍କର ଜୀବନ ଯାଇଥିଲା । ବହୁ ସଂଖ୍ୟାରେ ଲୋକ ଆହତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ